|
| 1 |
|
| ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ । |
|
| 2 |
|
| ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ । |
|
| 3 |
|
| ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ । |
|
| 4 |
|
| ଅନନ୍ତର ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା । |
|
| 5 |
|
| ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ଲବ୍ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ । |
|
| 6 |
|
| ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ଉତ୍ତରିଲେ । ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ । |
|
| 7 |
|
| ଅନନ୍ତର ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ । |
|
| 8 |
|
| ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ଵୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । |
|
| 9 |
|
| ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ । |
|
| 10 |
|
| ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା । |
|
| 11 |
|
| ଅନନ୍ତର ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ । |
|
| 12 |
|
| ଏଣୁକରି ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ । |
|
| 13 |
|
| ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ହେତୁରୁ ମୋʼ ପ୍ରାଣ ରକ୍ଷା ପାଇବ । |
|
| 14 |
|
| ଅନନ୍ତର ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ । |
|
| 15 |
|
| ପୁଣି ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ । |
|
| 16 |
|
| ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ । |
|
| 17 |
|
| ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ହେତୁରୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ଭାରୀ ଭାରୀ ଉତ୍ପାତ ଘଟାଇଲେ । |
|
| 18 |
|
| ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ? |
|
| 19 |
|
| ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ । |
|
| 20 |
|
| ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ଵ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ । |
|
|
|
|