ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା, |
| 2 |
| ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା। |
| 3 |
| ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା। |
| 4 |
| ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ। |
| 5 |
| ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।” |
| 6 |
| ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ। |
| 7 |
| ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ। |
| 8 |
| ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।” |
| 9 |
| ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।” |
| 10 |
| ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି। |
| 11 |
| ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା। |
| 12 |
| ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।” |
| 13 |
| ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ। |
| 14 |
| ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।” |
| 15 |
| ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।” |
| 16 |
| ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା। |
| 17 |
| ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି। |
| 18 |
| ଏହି ପ୍ରକାରେ ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା। |
| 19 |
| ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା। |
| 20 |
| ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/genesis/033.mp3
50
33