|
| 1 |
|
| ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ । |
|
| 2 |
|
| ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ, |
|
| 3 |
|
| ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀ ଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ । |
|
| 4 |
|
| ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ଵାବଧାରଣ କରିବାକୁ ଲାଗିଲେ । ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ । |
|
| 5 |
|
| ଅନନ୍ତର ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ଵପ୍ନ ଦେଖିଲେ । |
|
| 6 |
|
| ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ । |
|
| 7 |
|
| ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି? |
|
| 8 |
|
| ସେମାନେ କହିଲେ, ଆମ୍ଭେମାନେ ସ୍ଵପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ । ତେବେ ଯୋଷେଫ ସେମାନଙ୍କୁ କହିଲେ, ଅର୍ଥଜ୍ଞାନ କି ପରମେଶ୍ଵରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ଵପ୍ନ ମୋତେ କୁହ । |
|
| 9 |
|
| ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ଵପ୍ନ କଥା ପ୍ରକାଶ କରି କହିଲା, ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା, |
|
| 10 |
|
| ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ତାରେ ଫଳ ହୋଇ ପାଚିଲା । |
|
| 11 |
|
| ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି । |
|
| 12 |
|
| ତହିଁରେ ଯୋଷେଫ ତାହାକୁ କହିଲେ, ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ । |
|
| 13 |
|
| ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ । |
|
| 14 |
|
| ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ । |
|
| 15 |
|
| କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି । |
|
| 16 |
|
| ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, ମୁଁ ମଧ୍ୟ ସ୍ଵପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା । |
|
| 17 |
|
| ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ । |
|
| 18 |
|
| ସେତେବେଳେ ଯୋଷେଫ ଉତ୍ତର କଲେ, ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ । |
|
| 19 |
|
| ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଗାତ୍ରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ । |
|
| 20 |
|
| ଅନନ୍ତର ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ । ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ । |
|
| 21 |
|
| ପୁଣି ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ରବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା । |
|
| 22 |
|
| ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ; |
|
| 23 |
|
| ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ପକାଇଲା । |
|
|
|
|