|
| 1 |
|
| ଅନନ୍ତର ଇସ୍ରାଏଲ ଆପଣା ସର୍ବସ୍ଵ ଘେନି ଯାତ୍ରା କଲେ, ପୁଣି ବେରଶେବାରେ ଉତ୍ତରି ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ । |
|
| 2 |
|
| ତହିଁରେ ପରମେଶ୍ଵର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, ହେ ଯାକୁବ, ହେ ଯାକୁବ । ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଉପସ୍ଥିତ ଅଛି । |
|
| 3 |
|
| ସେତେବେଳେ ସେ କହିଲେ, ଆମ୍ଭେ ପରମେଶ୍ଵର, ତୁମ୍ଭ ପିତାର ପରମେଶ୍ଵର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା । |
|
| 4 |
|
| ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ । |
|
| 5 |
|
| ଅନନ୍ତର ଯାକୁବ ବେରଶେବାଠାରୁ ଯାତ୍ରା କଲେ; ପୁଣି ତାଙ୍କୁ ବହିବା ନିମନ୍ତେ ଫାରୋ ଯେଉଁ ଶକଟ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ । |
|
| 6 |
|
| ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ଉତ୍ତରିଲେ । |
|
| 7 |
|
| ଏହି ପ୍ରକାରେ ଯାକୁବ ଆପଣା ପୁତ୍ର ପୌତ୍ର ଓ ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ । |
|
| 8 |
|
| ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ । ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ । |
|
| 9 |
|
| ରୁବେନର ପୁତ୍ର ହନୋକ୍ ଓ ପଲ୍ଲୁ ଓ ହିଷ୍ରୋନ୍ ଓ କର୍ମି । |
|
| 10 |
|
| ଶିମୀୟୋନର ପୁତ୍ର ଯିମୁଏଲ ଓ ଯାମୀନ୍ ଓ ଓହଦ୍ ଓ ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ । |
|
| 11 |
|
| ଲେବୀର ପୁତ୍ର ଗେର୍ଶୋନ୍ ଓ କହାତ୍ ଓ ମରାରି । |
|
| 12 |
|
| ଯିହୁଦାର ପୁତ୍ର ଏର୍ ଓ ଓଜନ ଓ ଶେଲା ଓ ପେରସ୍ ଓ ସେରହ; ମାତ୍ର ଏର୍ ଓ ଓନନ୍ କିଣାନ ଦେଶରେ ମରିଥିଲେ । ପେରସ୍ର ପୁତ୍ର ହିଷ୍ରୋନ୍ ଓ ହାମୂଲ । |
|
| 13 |
|
| ଇଷାଖରର ସନ୍ତାନ ତୋଲୟ ଓ ପୂୟ ଓ ଯୋବ ଓ ଶିମ୍ରୋନ୍ । |
|
| 14 |
|
| ସବୂଲୂନର ପୁତ୍ର ସେରଦ ଓ ଏଲୋନ୍ ଓ ଯହଲେଲ । |
|
| 15 |
|
| ଏମାନେ ଓ କନ୍ୟା ଦୀଣା ପଦ୍ଦନ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ । ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ । |
|
| 16 |
|
| ଗାଦର ପୁତ୍ର ସିଫୋନ୍ ଓ ହଗି ଓ ଶୂନୀ ଓ ଇଷବୋନ୍ ଓ ଏରି ଓ ଅରୋଦୀ ଓ ଅରେଲୀ । |
|
| 17 |
|
| ଆଶେରର ପୁତ୍ର ଯିମ୍ନା ଓ ଯିଶ୍ବା ଓ ଯିଶ୍ବି ଓ ବରୀୟ ଓ ସେମାନଙ୍କ ଭଗିନୀ ସେରହ । ପୁଣି ବରୀୟର ପୁତ୍ର ହେବର ଓ ମଲ୍କୀୟେଲ । |
|
| 18 |
|
| ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା । ଏମାନେ ଷୋଳ ପ୍ରାଣୀ । |
|
| 19 |
|
| ପୁଣି ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମିନ। |
|
| 20 |
|
| ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା । |
|
| 21 |
|
| ପୁଣି ବିନ୍ୟାମିନର ସନ୍ତାନ ବେଲା ଓ ବେଖର ଓ ଅସ୍ବେଲ ଓ ଗେରା ଓ ନାମନ ଓ ଏହୀ ଓ ରୋଶ ଓ ମୁପ୍ପୀମ ଓ ହୁପ୍ପୀମ ଓ ଅର୍ଦ । |
|
| 22 |
|
| ଏହି ଚୌଦ ପ୍ରାଣୀ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ । |
|
| 23 |
|
| ଆଉ ଦାନର ପୁତ୍ର ହୁଶୀମ । |
|
| 24 |
|
| ନପ୍ତାଲିର ପୁତ୍ର ଯହସିୟେଲ ଓ ଗୁନି ଓ ୟେତ୍ସର ଓ ଶିଲେମ । |
|
| 25 |
|
| ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ପ୍ରାଣୀ । |
|
| 26 |
|
| ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ । |
|
| 27 |
|
| ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇ ଥିଲେ, ସେମାନେ ଦୁଇ ପ୍ରାଣୀ । ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ । |
|
| 28 |
|
| ଅନନ୍ତର ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ । |
|
| 29 |
|
| ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ୍ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ବେଳ ଯାଏ ରୋଦନ କଲେ । |
|
| 30 |
|
| ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜିଯାଏ ବଞ୍ଚିଅଛ । |
|
| 31 |
|
| ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, ମୁଁ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି । |
|
| 32 |
|
| ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ଆଣିଅଛନ୍ତି । |
|
| 33 |
|
| ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ତୁମ୍ଭମାନଙ୍କର କେଉଁ ବ୍ୟବସାୟ? ଏ କଥା ଯେତେବେଳେ ପଚାରିବେ, |
|
| 34 |
|
| ସେତେବେଳେ ତୁମ୍ଭେମାନେ କହିବ, ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାସ୍ପଦ ଅଟନ୍ତି । |
|
|
|
|