ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା; |
| 2 |
| ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା। |
| 3 |
| ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା। |
| 4 |
| ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା। |
| 5 |
| ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା। |
| 6 |
| ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ; |
| 7 |
| ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। |
| 8 |
| ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; |
| 9 |
| ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ। |
| 10 |
| ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; |
| 11 |
| ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ। |
| 12 |
| ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ। |
| 13 |
| (ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ। |
| 14 |
| ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା। |
| 15 |
| ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ, |
| 16 |
| “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ। |
| 17 |
| ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।” |
| 18 |
| ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; |
| 19 |
| ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ। |
| 20 |
| ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ। |
| 21 |
| ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। |
| 22 |
| ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।” |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/genesis/008.mp3
50
8