|
| 1 |
|
| ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର । |
|
| 2 |
|
| ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି । |
|
| 3 |
|
| ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ । |
|
| 4 |
|
| ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ । |
|
| 5 |
|
| ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା । |
|
| 6 |
|
| ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି । |
|
| 7 |
|
| ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ । |
|
| 8 |
|
| ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ, |
|
| 9 |
|
| ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, |
|
| 10 |
|
| ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ । |
|
| 11 |
|
| ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ । |
|
| 12 |
|
| ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; |
|
| 13 |
|
| ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ । |
|
| 14 |
|
| ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; |
|
| 15 |
|
| ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ । |
|
| 16 |
|
| ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା । |
|
| 17 |
|
| ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ । |
|
| 18 |
|
| ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା । |
|
| 19 |
|
| ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା । |
|
| 20 |
|
| ଏଉତ୍ତାରୁ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ । |
|
| 21 |
|
| ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ । |
|
| 22 |
|
| ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା । |
|
| 23 |
|
| ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ । |
|
| 24 |
|
| ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ । |
|
| 25 |
|
| ପୁଣି ସେ କହିଲେ, କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ । |
|
| 26 |
|
| ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ । |
|
| 27 |
|
| ପରମେଶ୍ଵର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି ସେ ଶେମର ତମ୍ଵୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ । |
|
| 28 |
|
| ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ । |
|
| 29 |
|
| ପୁଣି ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ । |
|
|
|
|