|
| 1 |
|
| ଅନନ୍ତର ଦାଉଦ ପଚାରିଲେ, ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି? |
|
| 2 |
|
| ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, ତୁମ୍ଭେ କି ସୀବଃ? ତହୁଁ ସେ କହିଲା, ଆପଣଙ୍କ ଦାସ ସେହି । |
|
| 3 |
|
| ତହିଁରେ ରାଜା ପଚାରିଲେ, ମୁଁ ଯାହା ପ୍ରତି ପରମେଶ୍ଵରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି? ଏଥିରେ ସୀବଃ ରାଜାଙ୍କୁ କହିଲା, ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା । |
|
| 4 |
|
| ତହୁଁ ରାଜା ତାହାକୁ ପଚାରିଲେ, ସେ କେଉଁଠାରେ ଅଛି? ତହିଁରେ ସୀବଃ ରାଜାଙ୍କୁ କହିଲା, ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି । |
|
| 5 |
|
| ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ । |
|
| 6 |
|
| ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା । ତହୁଁ ଦାଉଦ କହିଲେ, ହେ ମଫୀବୋଶତ୍ । ସେ ଉତ୍ତର କଲା, ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି । |
|
| 7 |
|
| ତହିଁରେ ଦାଉଦ ତାହାକୁ କହିଲେ, ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ । |
|
| 8 |
|
| ତେଣୁ ସେ ପ୍ରଣାମ କରି କହିଲା, ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ? |
|
| 9 |
|
| ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ଵ ଦେଲି । |
|
| 10 |
|
| ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତଦୁତ୍ପନ୍ନ ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ । ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ । |
|
| 11 |
|
| ତେବେ ସୀବଃ ରାଜାଙ୍କୁ କହିଲା, ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ । ମଫୀବୋଶତ୍ ବିଷୟରେ ରାଜା କହିଲେ, ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ । |
|
| 12 |
|
| ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀଖା । ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ ।ପ୍ର.ବଂ. ୮:୩୪ |
|
| 13 |
|
| ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ତାହାର ଦୁଇ ପାଦ ଛୋଟା ଥିଲା । |
|
|
|
|