|
| 1 |
|
| ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ । |
|
| 2 |
|
| ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ । |
|
| 3 |
|
| ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ । |
|
| 4 |
|
| ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ । |
|
| 5 |
|
| ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍ଗ ଉପରେ ପଡ଼ି ମଲା । |
|
| 6 |
|
| ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ । |
|
| 7 |
|
| ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ । |
|
| 8 |
|
| ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ । |
|
| 9 |
|
| ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ । |
|
| 10 |
|
| ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ । |
|
| 11 |
|
| ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ, |
|
| 12 |
|
| ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ । |
|
| 13 |
|
| ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ । |
|
| 14 |
|
| ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ । |
|
|
|
|