|
| 1 |
|
| ଅନନ୍ତର ସମୁଦାୟ ଇସ୍ରାଏଲ ହିବ୍ରୋଣରେ ଦାଉଦଙ୍କ ନିକଟରେ ଏକତ୍ର ହୋଇ କହିଲେ, ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ । |
|
| 2 |
|
| ଗତ କାଳରେ ଶାଉଲ ରାଜା ଥିଲା ବେଳେ ତୁମ୍ଭେ ଇସ୍ରାଏଲକୁ ବାହାରେ ଓ ଭିତରେ ଗମନାଗମନ କରାଉଥିଲ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ କହିଅଛନ୍ତି, ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଆମ୍ଭ ଇସ୍ରାଏଲ-ଲୋକଙ୍କର ଅଗ୍ରଣୀ ହେବ । |
|
| 3 |
|
| ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ କତିକି ଆସିଲେ; ତହିଁରେ ଦାଉଦ ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗେ ନିୟମ କଲେ; ପୁଣି ଶାମୁୟେଲଙ୍କ ହସ୍ତରେ ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ । |
|
| 4 |
|
| ଏଥିଉତ୍ତାରେ ଦାଉଦ ଓ ସମଗ୍ର ଇସ୍ରାଏଲ ଯିରୂଶାଲମକୁ, ଅର୍ଥାତ୍, ଯିବୂଷକୁ ଗଲେ; ସେସମୟରେ ଦେଶ ନିବାସୀ ଯିବୂଷୀୟମାନେ ସେଠାରେ ଥିଲେ । |
|
| 5 |
|
| ତହିଁରେ ଯିବୂଷ ନିବାସୀମାନେ ଦାଉଦଙ୍କୁ କହିଲେ, ତୁମ୍ଭେ ଏସ୍ଥାନକୁ ଆସି ପାରିବ ନାହିଁ । ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ହସ୍ତଗତ କଲେ; ତାହା ଦାଉଦ-ନଗର ହେଲା । |
|
| 6 |
|
| ଆଉ ଦାଉଦ କହିଲେ, ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ । ତହିଁରେ ସରୁୟାର ପୁତ୍ର ଯୋୟାବ୍ ପ୍ରଥମେ ଗଲା ଓ ପ୍ରଧାନ କରାଗଲା । |
|
| 7 |
|
| ପୁଣି ଦାଉଦ ସେହି ଦୃଢ଼ ଗଡ଼ରେ ବାସ କଲେ; ଏହେତୁ ଲୋକମାନେ ତାକୁ ଦାଉଦ-ନଗର ନାମ ଦେଲେ । |
|
| 8 |
|
| ଆଉ ଦାଉଦ ଚତୁର୍ଦ୍ଦିଗରେ, ଅର୍ଥାତ୍, ମିଲ୍ଲୋଠାରୁ ଚତୁର୍ଦିଗରେ ନଗର ନିର୍ମାଣ କଲେ; ପୁଣି ଯୋୟାବ୍ ନଗରର ଅବଶିଷ୍ଟ ସ୍ଥାନ ପୁନର୍ନିର୍ମାଣ କଲେ । |
|
| 9 |
|
| ତହୁଁ ଦାଉଦ ଆହୁରି ଆହୁରି ମହାନ ହେଲେ; କାରଣ ସୈନ୍ୟାଧିପତି ସଦାପ୍ରଭୁ ତାଙ୍କର ସହାୟ ଥିଲେ । |
|
| 10 |
|
| ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଦାଉଦଙ୍କୁ ରାଜା କରିବା ପାଇଁ ସମଗ୍ର ଇସ୍ରାଏଲ ସହିତ ଯେଉଁମାନେ ତାଙ୍କ ରାଜ୍ୟରେ ତାଙ୍କ ସଙ୍ଗେ ଆପଣାମାନଙ୍କୁ ବଳବାନ ଦେଖାଇଥିଲେ, ଦାଉଦଙ୍କର ସେହି ବୀରମାନଙ୍କ ମଧ୍ୟରେ ଏମାନେ ପ୍ରଧାନ । |
|
| 11 |
|
| ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା । |
|
| 12 |
|
| ପୁଣି ତାହା ଉତ୍ତାରେ ଅହୋହୀୟ ଦୋଦୟର ପୁତ୍ର ଇଲୀୟାସର, ସେ ତିନି ବୀରଙ୍କ ମଧ୍ୟରେ ପ୍ରଧାନ ଥିଲା । |
|
| 13 |
|
| ସେ ପଶଦମ୍ମୀମରେ ଦାଉଦଙ୍କ ସଙ୍ଗରେ ଥିଲା, ସେଠାରେ ପଲେଷ୍ଟୀୟମାନେ ଯୁଦ୍ଧାର୍ଥେ ଏକତ୍ର ହୋଇଥିଲେ, ସେଠାରେ ଯବପୂର୍ଣ୍ଣ ଖଣ୍ତେ ଭୂମି ଥିଲା; ଆଉ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଉଥିଲେ; |
|
| 14 |
|
| ଏଥିରେ ସେମାନେ ସେହି ଭୂମିଖଣ୍ତ ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲେ ଓ ପଲେଷ୍ଟୀୟମାନଙ୍କୁ ବଧ କଲେ; ପୁଣି ସଦାପ୍ରଭୁ ମହାଜୟ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ । |
|
| 15 |
|
| ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ । ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ । |
|
| 16 |
|
| ପୁଣି ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ । |
|
| 17 |
|
| ଏଥିରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, ଆଃ, କେହି ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପଜଳ ପାନ କରିବାକୁ ମୋତେ ଦିଅନ୍ତା କି! |
|
| 18 |
|
| ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, |
|
| 19 |
|
| ମୋʼ ପରମେଶ୍ଵର ଏପରି କର୍ମ କରିବାକୁ ମୋତେ ନ ଦେଉନ୍ତୁ; ପ୍ରାଣପଣରେ ଗମନକାରୀ ଏହି ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? କାରଣ ସେମାନେ ପ୍ରାଣପଣରେ ତାହା ଆଣିଅଛନ୍ତି । ଏଣୁ ସେ ତାହା ପାନ କରିବାକୁ ସମ୍ମତ ହେଲେ ନାହିଁ । ଏହି ସକଳ କର୍ମ ସେହି ତିନି ବୀର କରିଥିଲେ । |
|
| 20 |
|
| ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା । |
|
| 21 |
|
| ଏହି ତିନିଙ୍କ ମଧ୍ୟରେ ସେ ଦୁଇ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା ଓ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା । |
|
| 22 |
|
| ପରାକ୍ରା; କର୍ମକାରୀ କବ୍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା । |
|
| 23 |
|
| ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତ୍କାୟ ଏକ ମିସ୍ରୀୟ ପୁରୁଷକୁ ବଧ କଲା; ସେହି ମିସ୍ରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି ବନାୟ ଏକ ଯଷ୍ଟି ନେଇ ଯାଇ ସେହି ମିସ୍ରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା । |
|
| 24 |
|
| ଯିହୋୟାଦାର ପୁତ୍ର ବନାୟ ଏହିସବୁ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା । |
|
| 25 |
|
| ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ । |
|
| 26 |
|
| ଆହୁରି ସୈନ୍ୟ ମଧ୍ୟରେ ଏହି ବୀରମାନେ ଥିଲେ; ଯଥା, ଯୋୟାବର ଭ୍ରାତା ଅସାହେଲ, ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍; |
|
| 27 |
|
| ହରୋରୀୟ ଶମ୍ମୋତ୍, ପଲୋନୀୟ ହେଲସ୍, |
|
| 28 |
|
| ତକୋୟୀୟ ଇକ୍କେଶର ପୁତ୍ର ଇରା, ଅନାଥୋତୀୟ ଅବୀୟେସର; |
|
| 29 |
|
| ହୁଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ; |
|
| 30 |
|
| ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍; |
|
| 31 |
|
| ବିନ୍ୟାମୀନ-ସନ୍ତାନଗଣର ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ, ପିରୀୟାଥୋନୀୟ ବନାୟ; |
|
| 32 |
|
| ଗାଶ୍ ନଦୀ ତୀର ନିବାସୀ ହୂରୟ, ଅର୍ବ୍ବତୀୟ ଅବୀୟେଲ; |
|
| 33 |
|
| ବାହାରୁମୀୟ ଅସ୍ମାବତ୍, ଶାଲବେନୀୟ ଇଲୀୟହବ; |
|
| 34 |
|
| ଗିଷୋନୀୟ ହାଷେମ୍ର ପୁତ୍ରଗଣ, ହରାରୀୟ ଶାଗିର ପୁତ୍ର ଯୋନାଥନ; |
|
| 35 |
|
| ହରାରୀୟ ସାଖରର ପୁତ୍ର ଅହୀୟାମ୍, ଊରର ପୁତ୍ର ଇଲୀଫାଲ; |
|
| 36 |
|
| ମଖେରାତୀୟ ହେଫର୍, ପଲୋନୀୟ ଅହୀୟ; |
|
| 37 |
|
| କର୍ମିଲୀୟ ହିଷ୍ରୟ, ଇଷ୍ବୟର ପୁତ୍ର ନାରୟ; |
|
| 38 |
|
| ନାଥନର ଭ୍ରାତା ଯୋୟେଲ, ହଗ୍ରିର ପୁତ୍ର ମିଭର; |
|
| 39 |
|
| ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ; |
|
| 40 |
|
| ଯିତ୍ରୀୟ ଗାରେବ୍; |
|
| 41 |
|
| ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍, |
|
| 42 |
|
| ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ; |
|
| 43 |
|
| ମାଖାର ପୁତ୍ର ହାନନ୍, ମିନିୀୟ ଯୋଶାଫଟ୍; |
|
| 44 |
|
| ଅଷ୍ଟାରୋତୀୟ ଉଷୀୟ; ଅରୋୟେରୀୟ ହୋଥମ୍ର ପୁତ୍ର ଶାମ୍ ଓ ଯିୟୀୟେଲ୍; |
|
| 45 |
|
| ଶିମ୍ରିର ପୁତ୍ର ଯିଦୀୟେଲ୍ ଓ ତାହାର ଭ୍ରାତା ତୀଷୀୟ ଯୋହା; |
|
| 46 |
|
| ମହବୀୟ, ଇଲୀୟେଲ୍, ଇଲ୍ନାମର ପୁତ୍ର ଯିରୀବୟ ଓ ଯୋଶବୀୟ, ଆଉ ମୋୟାବୀୟ ଯିତ୍ମା; |
|
| 47 |
|
| ଇଲୀୟେଲ୍ ଓ ଓବେଦ୍ ଓ ମସୋବାୟୀୟ ଯାସୀୟେଲ୍ । |
|
|
|
|