|
| 1 |
|
| ଅନନ୍ତର ଦାଉଦ ବୃଦ୍ଧ ଓ ପୂର୍ଣ୍ଣାୟୁ ହେଲେ ଓ ସେ ଆପଣା ପୁତ୍ର ଶଲୋମନଙ୍କୁ ଇସ୍ରାଏଲ ଉପରେ ରାଜା କଲେ । |
|
| 2 |
|
| ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ । |
|
| 3 |
|
| ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ । |
|
| 4 |
|
| ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ; |
|
| 5 |
|
| ଆଉ ଚାରି ହଜାର ଲୋକ ଦ୍ଵାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ଵାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ । |
|
| 6 |
|
| ପୁଣି ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ୍, କହାତ୍ ଓ ମରାରି । |
|
| 7 |
|
| ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍ ଓ ଶିମୀୟି । |
|
| 8 |
|
| ଲାଦନ୍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍ ଓ ଯୋୟେଲ, ତିନି ଜଣ । |
|
| 9 |
|
| ଶିମୀୟିର ପୁତ୍ର; ଶଲୋମୀତ୍ ଓ ହସୀୟେଲ୍ ଓ ହାରୋଣ; ତିନି ଜଣ । ଏମାନେ ଲାଦନ୍ର ପିତୃବଂଶପ୍ରଧାନ ଥିଲେ । |
|
| 10 |
|
| ପୁଣି ଶିମୀୟିର ପୁତ୍ର; ଯହତ୍ ଓ ସୀଷ ଓ ଯିୟୂଶ୍ ଓ ବରୀୟ । ଏହି ଚାରି ଜଣ ଶିମୀୟିର ପୁତ୍ର । |
|
| 11 |
|
| ଯହତ୍ ପ୍ରଧାନ, ଦ୍ଵିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ । |
|
| 12 |
|
| କହାତର ପୁତ୍ର; ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ । |
|
| 13 |
|
| ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ । |
|
| 14 |
|
| ମାତ୍ର ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ । |
|
| 15 |
|
| ମୋଶାଙ୍କର ପୁତ୍ର; ଗେର୍ଶୋମ୍ ଓ ଇଲୀୟେଷର । |
|
| 16 |
|
| ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ । |
|
| 17 |
|
| ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ । ଏହି ଇଲୀୟେଷରର ଆଉ ପୁତ୍ର ନ ଥିଲେ, ମାତ୍ର ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ । |
|
| 18 |
|
| ଯିଷ୍ହରର ପୁତ୍ରମାନଙ୍କ ମଧ୍ୟରେ ଶଲୋମୀତ୍ ପ୍ରଧାନ ଥିଲା । |
|
| 19 |
|
| ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍ । |
|
| 20 |
|
| ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ଵିତୀୟ ଯିଶୀୟ । |
|
| 21 |
|
| ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍; |
|
| 22 |
|
| ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି ସେମାନଙ୍କ ଜ୍ଞାତି କୀଶ୍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ । |
|
| 23 |
|
| ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍, ତିନି ଜଣ । |
|
| 24 |
|
| ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ । |
|
| 25 |
|
| କାରଣ ଦାଉଦ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି |
|
| 26 |
|
| ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବହିବାର ଆଉ ପ୍ରୟୋଜନ ହେବ ନାହିଁ । |
|
| 27 |
|
| କାରଣ ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲୋକ ଗଣିତ ହେଲେ । |
|
| 28 |
|
| କାରଣ ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା; |
|
| 29 |
|
| ଆହୁରି ଦର୍ଶନୀୟ-ରୋଟୀର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟନ୍ତ |
|
| 30 |
|
| ପୁଣି ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର; |
|
| 31 |
|
| ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ଵନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା; |
|
| 32 |
|
| ଏହେତୁ ସେମାନେ ସମାଗମ-ତମ୍ଵୁର ରକ୍ଷଣୀୟ ଓ ପବିତ୍ର-ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ । |
|
|
|
|