|
| 1 |
|
| ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀକ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ- ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଅନନ୍ତର ଯିହୁଦା ଆପଣାମାନଙ୍କ ସତ୍ୟଲଙ୍ଘନ ସକାଶୁ ବନ୍ଦୀ ହୋଇ ବାବିଲ୍କୁ ନୀତ ହେଲେ । |
|
| 2 |
|
| ପୁଣି ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର-ସମୂହରେ ପ୍ରଥମେ ବସତି କଲେ । |
|
| 3 |
|
| ପୁଣି ଯିହୁଦା-ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ଓ ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା, |
|
| 4 |
|
| ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ; |
|
| 5 |
|
| ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ । |
|
| 6 |
|
| ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ । |
|
| 7 |
|
| ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବିୟର ପୌତ୍ର ମଶୁଲ୍ଲମର ପୁତ୍ର ସଲ୍ଲୁ; |
|
| 8 |
|
| ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷୀର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫ୍ଟୀୟର ପୁତ୍ର ମଶୁଲ୍ଲମ୍; |
|
| 9 |
|
| ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ । ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ । |
|
| 10 |
|
| ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ ଓ ଯିହୋୟାରୀବ୍ ଓ ଯାଖୀନ୍ |
|
| 11 |
|
| ଓ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ, |
|
| 12 |
|
| ଆଉ ମଲ୍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ; |
|
| 13 |
|
| ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଶାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ଵରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ । |
|
| 14 |
|
| ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶ୍ବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ; |
|
| 15 |
|
| ଆଉ ବକ୍ବକର, ହେରଶ୍ ଓ ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀଖାର ପୁତ୍ର ମତ୍ତନୀୟ |
|
| 16 |
|
| ଓ ଯିଦୂଥୂନ୍ର ପ୍ରପୌତ୍ର ଗାଲଲ୍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ । |
|
| 17 |
|
| ଆଉ ଦ୍ଵାରପାଳ, ଶଲ୍ଲୁମ୍ ଓ ଅକ୍କୂବ୍ ଓ ଟଲ୍ମୋନ୍ ଓ ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା । |
|
| 18 |
|
| ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ଵାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ଵାରପାଳ । |
|
| 19 |
|
| ଏହି ଶଲ୍ଲୁମ୍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ଵୁଦ୍ଵାରସବୁର ରକ୍ଷକ ଥିଲେ । ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶସ୍ଥାନର ରକ୍ଷକ ଥିଲେ । |
|
| 20 |
|
| ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ । |
|
| 21 |
|
| ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ଵୁର ଦ୍ଵାରପାଳ । |
|
| 22 |
|
| ଦ୍ଵାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ । |
|
| 23 |
|
| ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ଵୁଗୃହର ଦ୍ଵାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ । |
|
| 24 |
|
| ଏହି ଦ୍ଵାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ । |
|
| 25 |
|
| ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା; |
|
| 26 |
|
| କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ଵାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ଵରଙ୍କ ଗୃହର କୋଠରି ଓ ଭଣ୍ତାରସମୂହର ଅଧ୍ୟକ୍ଷ ଥିଲେ । |
|
| 27 |
|
| ଆଉ ସେମାନେ ପରମେଶ୍ଵରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ଵାର ଫିଟାଇବାର କାର୍ଯ୍ୟ ଥିଲା । |
|
| 28 |
|
| ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା । |
|
| 29 |
|
| ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ ଓ ସକଳ ପାତ୍ର ଓ ସରୁ ମଇଦା ଓ ଦ୍ରାକ୍ଷାରସ ଓ ତୈଳ ଓ କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷାକାର୍ଯ୍ୟରେ ନିଯୁକ୍ତ ଥିଲେ । |
|
| 30 |
|
| ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ । |
|
| 31 |
|
| ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ଵାନ୍ନ-ତତ୍ତ୍ଵାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା । |
|
| 32 |
|
| ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୋଟୀ ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ । |
|
| 33 |
|
| ପୁଣି ଲେବୀୟମାନଙ୍କ ପିତୃବଂଶପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା । |
|
| 34 |
|
| ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ । |
|
| 35 |
|
| ଆଉ ଗିବୀୟୋନର ପିତା ଯୀୟେଲ୍ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା; |
|
| 36 |
|
| ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍ ଓ କୀଶ୍ ଓ ବାଲ୍ ଓ ନେର୍ ଓ ନାଦବ୍ |
|
| 37 |
|
| ଓ ଗଦୋର୍ ଓ ଅହୀୟୋ ଓ ଜିଖରୀୟ ଓ ମିକ୍ଲୋତ୍ । |
|
| 38 |
|
| ମିକ୍ଲୋତ୍ ଶିମୀୟାମକୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ । |
|
| 39 |
|
| ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ୍ ଓ ମଲ୍କୀଶୂୟ ଓ ଅବୀନାଦବ ଓ ଈଶ୍ବାଲ୍କୁ ଜାତ କଲେ । |
|
| 40 |
|
| ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା । |
|
| 41 |
|
| ମୀଖାର ପୁତ୍ର ପିଥୋମ୍ ଓ ମେଲକ୍ ଓ ତହରେୟ ଓ ଆହସ୍ । |
|
| 42 |
|
| ଆହସ୍ ଯାରହକୁ ଜାତ କଲା ଓ ଯାରହ ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା |
|
| 43 |
|
| ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ । |
|
| 44 |
|
| ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍; ଏସମସ୍ତେ ଆତ୍ସେଲ୍ର ସନ୍ତାନ । |
|
|
|
|