ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ। |
| 2 |
| ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। |
| 3 |
| କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ। |
| 4 |
| ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ। |
| 5 |
| ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ। |
| 6 |
| ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ। |
| 7 |
| ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା; |
| 8 |
| ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।” |
| 9 |
| ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ। |
| 10 |
| ତହୁଁ ସଦାପ୍ରଭୁ ମନଃଶି ଓ ତାଙ୍କର ଲୋକମାନଙ୍କୁ ନାନା କଥା କହିଲେ, ମାତ୍ର ସେମାନେ କିଛି ମନୋଯୋଗ କଲେ ନାହିଁ। |
| 11 |
| ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ। |
| 12 |
| ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ। |
| 13 |
| ଆଉ, ସେ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କ ପ୍ରତି ପ୍ରସନ୍ନ ହେଲେ ଓ ତାଙ୍କର ନିବେଦନ ଶୁଣି ତାଙ୍କୁ ପୁନର୍ବାର ତାଙ୍କର ରାଜ୍ୟ ଯିରୂଶାଲମକୁ ଆଣିଲେ। ସେତେବେଳେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି। |
| 14 |
| ଏଥିଉତ୍ତାରେ ସେ ଗୀହୋନର ପଶ୍ଚିମ ପାର୍ଶ୍ଵରେ ଉପତ୍ୟକା ମଧ୍ୟରେ ମତ୍ସ୍ୟ ଦ୍ୱାରର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଦାଉଦ-ନଗରର ବାହାର-ପ୍ରାଚୀର ନିର୍ମାଣ କଲେ; ଆଉ, ସେ ଓଫଲର ଚତୁର୍ଦ୍ଦିଗ ବେଷ୍ଟନ କରି ପ୍ରାଚୀର ଅତି ଉଚ୍ଚ କଲେ ଓ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ବିକ୍ରମୀ ସେନାପତିମାନଙ୍କୁ ନିଯୁକ୍ତ କଲେ। |
| 15 |
| ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ। |
| 16 |
| ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ। |
| 17 |
| ତଥାପି ଲୋକମାନେ ଉଚ୍ଚସ୍ଥଳୀରେ ବଳିଦାନ କଲେ, ମାତ୍ର ତାହା କେବଳ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ କଲେ। |
| 18 |
| ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ଆପଣା ପରମେଶ୍ୱରଙ୍କ ନିକଟରେ ତାଙ୍କର ପ୍ରାର୍ଥନା ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ତାଙ୍କ ପ୍ରତି ଉକ୍ତ ଦର୍ଶକମାନଙ୍କ ବାକ୍ୟ, ଏହିସବୁ ଇସ୍ରାଏଲର ରାଜାମାନଙ୍କ ଇତିହାସରେ ଲିଖିତ ଅଛି। |
| 19 |
| ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି। |
| 20 |
| ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ। |
| 21 |
| ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ। |
| 22 |
| ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ। |
| 23 |
| ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ। |
| 24 |
| ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ। |
| 25 |
| ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/2chronicles/033.mp3
36
33