|
| 1 |
|
| ଏହିରୂପେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କର କୃତ ସମସ୍ତ କାର୍ଯ୍ୟ ସମାପ୍ତ ହେଲା । ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ଦ୍ରବ୍ୟସବୁ, ଅର୍ଥାତ୍, ରୂପା ଓ ସୁନା ଓ ସମସ୍ତ ସାମଗ୍ରୀ ଭିତରକୁ ଆଣି ପରମେଶ୍ଵରଙ୍କ ଗୃହର ଭଣ୍ତାରରେ ରଖିଲେ । |
|
| 2 |
|
| ତହୁଁ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶୀୟ ପ୍ରଧାନ ସମସ୍ତଙ୍କୁ, ଇସ୍ରାଏଲ-ସନ୍ତାନଗଣର ପିତୃବଂଶାଧିପତିମାନଙ୍କୁ ଯିରୂଶାଲମରେ ଏକତ୍ର କଲେ । |
|
| 3 |
|
| ତହିଁରେ ସପ୍ତମ ମାସର ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ରାଜାଙ୍କ ନିକଟରେ ଏକତ୍ର ହେଲେ । |
|
| 4 |
|
| ପୁଣି ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଉପସ୍ଥିତ ହୁଅନ୍ତେ, ଲେବୀୟମାନେ ସିନ୍ଦୁକ ଉଠାଇଲେ। |
|
| 5 |
|
| ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ଵୁ ଓ ତମ୍ଵୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ । |
|
| 6 |
|
| ଆଉ ଶଲୋମନ ରାଜା ଓ ତାଙ୍କ ନିକଟରେ ଏକତ୍ରିତ ଇସ୍ରାଏଲର ସମଗ୍ର ମଣ୍ତଳୀ ସିନ୍ଦୁକ ସମ୍ମୁଖରେ ଥାଇ ମେଷ ଓ ଗୋରୁ ବଳିଦାନ କଲେ, ବାହୁଲ୍ୟପ୍ରଯୁକ୍ତ ତାହାସବୁ ଅସଂଖ୍ୟ ଓ ଅଗଣ୍ୟ ଥିଲା । |
|
| 7 |
|
| ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ଵୟର ପକ୍ଷ ତଳକୁ ଆଣିଲେ । |
|
| 8 |
|
| ସେହି କିରୂବମାନେ ସିନ୍ଦୁକ-ସ୍ଥାନ ଉପରେ ପକ୍ଷ ବିସ୍ତାର କରିଥିଲେ ଓ କିରୂବମାନେ ଊର୍ଦ୍ଧ୍ଵରୁ ସିନ୍ଦୁକ ଓ ତହିଁର ସାଙ୍ଗୀ ଆଚ୍ଛାଦନ କଲେ । |
|
| 9 |
|
| ପୁଣି ସେହି ସାଙ୍ଗୀ ଏତେ ଲମ୍ଵ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି । |
|
| 10 |
|
| ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କରିବା ସମୟରେ ମୋଶା ହୋରେବ୍ ନିକଟରେ ଯେଉଁ ଦୁଇ ପ୍ରସ୍ତରଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତଦ୍ଭିନ୍ନ ତହିଁରେ ଆଉ କିଛି ନ ଥିଲା । |
|
| 11 |
|
| ଉପସ୍ଥିତ ଯାଜକ ସମସ୍ତେ ଆପଣାମାନଙ୍କୁ ପବିତ୍ର କରିଥିଲେ ଓ ଆପଣା ଆପଣା ପାଳିର କର୍ମ କରୁ ନ ଥିଲେ । |
|
| 12 |
|
| ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ୍, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାତ୍ରୁଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ, |
|
| 13 |
|
| ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ଵରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ଵରରେ ତାହାଙ୍କର ପ୍ରଶଂସାଧ୍ଵନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା ପ୍ର.ବଂ. ୧୬:୩୪,୪୧ |
|
| 14 |
|
| ଯେ, ଯାଜକମାନେ ସେହି ମେଘ ସକାଶୁ ପରିଚର୍ଯ୍ୟା କରିବାକୁ ଠିଆ ହୋଇ ପାରିଲେ ନାହିଁ; କାରଣ ସଦାପ୍ରଭୁଙ୍କ ପ୍ରତାପ ସଦାପ୍ରଭୁଙ୍କ ଗୃହକୁ ପରିପୂର୍ଣ୍ଣ କଲା । |
|
|
|
|