|
| 1 |
|
| ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ । |
|
| 2 |
|
| ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେ ଯେ ନଗର ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ । |
|
| 3 |
|
| ଅନନ୍ତର ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ । |
|
| 4 |
|
| ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ରେ ଭଣ୍ତାର-ନଗରସବୁ ନିର୍ମାଣ କଲେ । |
|
| 5 |
|
| ଆହୁରି ସେ ଉପରିସ୍ଥ ବୈଥୋରୋଣ ଓ ନୀଚସ୍ଥ ବୈଥୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ଵାର ଓ ଅର୍ଗଳ ସମେତ ନିର୍ମାଣ କଲେ; |
|
| 6 |
|
| ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ତାର-ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ଵାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନ୍ରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ । |
|
| 7 |
|
| ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ, |
|
| 8 |
|
| ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠି-କର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ । |
|
| 9 |
|
| ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ଵାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ । |
|
| 10 |
|
| ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ । |
|
| 11 |
|
| ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ-ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେ ଯେ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର । |
|
| 12 |
|
| ତହୁ ଶଲୋମନ ବରଣ୍ତା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ; |
|
| 13 |
|
| ସେ ମୋଶାଙ୍କର ଆଜ୍ଞାପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୋଟୀର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ଵୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ । |
|
| 14 |
|
| ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ଵାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ଵାରରେ ନିଯୁକ୍ତ କଲେ; କାରଣ ପରମେଶ୍ଵରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ । |
|
| 15 |
|
| ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ତାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ । |
|
| 16 |
|
| ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା । ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା । |
|
| 17 |
|
| ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସୀୟୋନ-ଗେବରକୁ ଓ ଏଲତକୁ ଗଲେ । |
|
| 18 |
|
| ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀର୍କୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳ; ସୁନା ଆଣିଲେ । |
|
|
|
|