|
| 1 |
|
| ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ୱାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। |
|
| 2 |
|
| ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। |
|
| 3 |
|
| ଆଉ, ମୁଁ ସେମାନଙ୍କୁ କହିଲି, “ସୂର୍ଯ୍ୟ ପ୍ରଚଣ୍ଡ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ୱାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ୱାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ।” |
|
| 4 |
|
| ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହସବୁ ନିର୍ମିତ ହୋଇ ନ ଥିଲା। |
|
| 5 |
|
| ଏଉତ୍ତାରେ ବଂଶାବଳୀ କ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ୱର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା, |
|
| 6 |
|
| ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା; |
|
| 7 |
|
| ଏମାନେ ଯିରୁବ୍ବାବିଲ୍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା, |
|
| 8 |
|
| ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ। |
|
| 9 |
|
| ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ। |
|
| 10 |
|
| ଆରହର ସନ୍ତାନ ଛଅ ଶହ ବାବନ ଜଣ। |
|
| 11 |
|
| ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ। |
|
| 12 |
|
| ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। |
|
| 13 |
|
| ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ। |
|
| 14 |
|
| ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ। |
|
| 15 |
|
| ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ। |
|
| 16 |
|
| ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ। |
|
| 17 |
|
| ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ। |
|
| 18 |
|
| ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ। |
|
| 19 |
|
| ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ। |
|
| 20 |
|
| ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ। |
|
| 21 |
|
| ହିଜକୀୟର ବଂଶଜାତ ଆଟେରର ସନ୍ତାନ ଅଠାନବେ ଜଣ। |
|
| 22 |
|
| ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ। |
|
| 23 |
|
| ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ। |
|
| 24 |
|
| ହାରୀଫର ସନ୍ତାନ ଏକ ଶହ ବାର ଜଣ। |
|
| 25 |
|
| ଗିବୀୟୋନ୍ର ସନ୍ତାନ ପଞ୍ଚାନବେ ଜଣ। |
|
| 26 |
|
| ବେଥଲିହିମ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ। |
|
| 27 |
|
| ଅନାଥୋତ୍ର ଲୋକ ଏକ ଶହ ଅଠାଇଶ ଜଣ। |
|
| 28 |
|
| ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ। |
|
| 29 |
|
| କିରୀୟଥ୍-ଯିୟାରୀମ୍ର, କଫୀରାର ଓ ବେରୋତର ଲୋକ ସାତ ଶହ ତେୟାଳିଶ ଜଣ। |
|
| 30 |
|
| ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ। |
|
| 31 |
|
| ମିକ୍ମସର ଲୋକ ଏକ ଶହ ବାଇଶ ଜଣ। |
|
| 32 |
|
| ବେଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ। |
|
| 33 |
|
| ଅନ୍ୟ ନବୋର ଲୋକ ବାବନ ଜଣ। |
|
| 34 |
|
| ଅନ୍ୟ ଏଲମ୍ର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। |
|
| 35 |
|
| ହାରୀମ୍ର ସନ୍ତାନ ତିନି ଶହ କୋଡ଼ିଏ ଜଣ। |
|
| 36 |
|
| ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। |
|
| 37 |
|
| ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ। |
|
| 38 |
|
| ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ। |
|
| 39 |
|
| ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ। |
|
| 40 |
|
| ଇମ୍ମେରର ସନ୍ତାନ ଏକ ହଜାର ବାବନ ଜଣ। |
|
| 41 |
|
| ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ। |
|
| 42 |
|
| ହାରୀମ୍ର ସନ୍ତାନ ଏକ ହଜାର ସତର ଜଣ। |
|
| 43 |
|
| ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ, ଯେଶୂୟର ସନ୍ତାନ, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ। |
|
| 44 |
|
| ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ। |
|
| 45 |
|
| ଦ୍ୱାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମ୍ର ସନ୍ତାନ, ଆଟେରର ସନ୍ତାନ, ଟଲ୍ମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶି ଜଣ। |
|
| 46 |
|
| ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; |
|
| 47 |
|
| କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; |
|
| 48 |
|
| ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ; |
|
| 49 |
|
| ହାନନ୍ର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ; |
|
| 50 |
|
| ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ; |
|
| 51 |
|
| ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ; |
|
| 52 |
|
| ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; |
|
| 53 |
|
| ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; |
|
| 54 |
|
| ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ; |
|
| 55 |
|
| ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; |
|
| 56 |
|
| ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ। |
|
| 57 |
|
| ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ; |
|
| 58 |
|
| ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; |
|
| 59 |
|
| ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନ୍ର ସନ୍ତାନଗଣ। |
|
| 60 |
|
| ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ। |
|
| 61 |
|
| ପୁଣି, ତେଲ୍-ମେଲହ, ତେଲ୍-ହର୍ଶା, କଋବ୍, ଅଦ୍ଦୋନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, |
|
| 62 |
|
| ଦଲୟିୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବୟାଳିଶ ଜଣ। |
|
| 63 |
|
| ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। |
|
| 64 |
|
| ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦରୁ ବିଚ୍ୟୁତ ହେଲେ। |
|
| 65 |
|
| ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଯାଜକ ଭାଗର (ପବିତ୍ର) ଖାଦ୍ୟ ଖାଇବ ନାହିଁ। |
|
| 66 |
|
| ଆଉ, ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ। |
|
| 67 |
|
| ଏହାଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ। |
|
| 68 |
|
| ସେମାନଙ୍କର ସାତ ଶହ ଛତିଶ ଅଶ୍ୱ; ଦୁଇ ଶହ ପଞ୍ଚଚାଳିଶ ଖଚର; |
|
| 69 |
|
| ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ। |
|
| 70 |
|
| ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। |
|
| 71 |
|
| ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ। |
|
| 72 |
|
| ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। |
|
| 73 |
|
| ଏହାପରେ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ ଓ ଗାୟକମାନେ, ଆଉ କେତେକ ଲୋକମାନେ ଓ ନଥୀନୀୟମାନେ (ମନ୍ଦିରର ସେବକମାନେ) ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଆଉ ସପ୍ତମ ମାସ ବେଳକୁ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ। |
|
|
|
|