|
| 1 |
|
| ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା, |
|
| 2 |
|
| ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ? |
|
| 3 |
|
| ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ? |
|
| 4 |
|
| କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି । |
|
| 5 |
|
| ମାତ୍ର ଆହା, ଯେବେ ପରମେଶ୍ଵର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ; |
|
| 6 |
|
| ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ଵ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ଵର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି । |
|
| 7 |
|
| ତୁମ୍ଭେ କʼଣ ଅନୁସନ୍ଧାନ ଦ୍ଵାରା ପରମେଶ୍ଵରଙ୍କୁ ପାଇପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ଵ ପାଇପାର? |
|
| 8 |
|
| ତାହା ଆକାଶ ତୁଲ୍ୟ ଉଚ୍ଚ; ତୁମ୍ଭେ କଅଣ କରିପାର? ପାତାଳଠାରୁ ଗଭୀର; ତୁମ୍ଭେ କଅଣ ଜାଣିପାର? |
|
| 9 |
|
| ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ । |
|
| 10 |
|
| ଯେବେ ସେ ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର-ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ? |
|
| 11 |
|
| କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି । |
|
| 12 |
|
| ମାତ୍ର ଅସାର ମନୁଷ୍ୟ ବୁଦ୍ଧିବିହୀନ, ହଁ, ବନ୍ୟ ଗର୍ଦ୍ଦଭଶାବକ ତୁଲ୍ୟ ମନୁଷ୍ୟ ଜାତ ଅଟେ । |
|
| 13 |
|
| ଯେବେ ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର; |
|
| 14 |
|
| ଯେବେ ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ଵୁରେ ବାସ କରିବାକୁ ନ ଦିଅ; |
|
| 15 |
|
| ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ; |
|
| 16 |
|
| ତୁମ୍ଭେ ଆପଣା ଦୁଃଖ ପାସୋରି ପକାଇବ; ବହିଗଲା ଜଳ ତୁଲ୍ୟ ତାହା ସ୍ମରଣ କରିବ; |
|
| 17 |
|
| ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ । |
|
| 18 |
|
| ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ । |
|
| 19 |
|
| ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ । |
|
| 20 |
|
| ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ । |
|
|
|
|