ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଏଥିରେ ଆୟୁବ ଉତ୍ତର କରି କହିଲା, |
| 2 |
| “ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ। |
| 3 |
| ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି? |
| 4 |
| ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି। |
| 5 |
| ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା। |
| 6 |
| ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ ମୋହର ଆରାମ ହୁଏ ନାହିଁ। |
| 7 |
| ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ। |
| 8 |
| ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ। |
| 9 |
| ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି। |
| 10 |
| ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି। |
| 11 |
| ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି। |
| 12 |
| ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି। |
| 13 |
| ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି। |
| 14 |
| ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି। |
| 15 |
| ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି। |
| 16 |
| ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଚ୍ଛାୟା ମୋʼ ଚକ୍ଷୁର ପତା ଉପରେ ଅଛି। |
| 17 |
| ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ। |
| 18 |
| ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ। |
| 19 |
| ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି। |
| 20 |
| ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; |
| 21 |
| ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ। |
| 22 |
| କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି। |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/job/016.mp3
42
16