|
| 1 |
|
| ଏଥିରେ ଆୟୁବ ଉତ୍ତର କରି କହିଲା, |
|
| 2 |
|
| ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ । |
|
| 3 |
|
| ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି? |
|
| 4 |
|
| ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯେବେ ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ତ ହଲାଇ ପାରନ୍ତି । |
|
| 5 |
|
| ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ଵନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା । |
|
| 6 |
|
| ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ କି ମୋହର ଆରାମ ହୁଏ? |
|
| 7 |
|
| ମାତ୍ର ସେ ଏବେ ମୋତେ କ୍ଳା; କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ । |
|
| 8 |
|
| ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ । |
|
| 9 |
|
| ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦ; କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି । |
|
| 10 |
|
| ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି । |
|
| 11 |
|
| ପରମେଶ୍ଵର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି । |
|
| 12 |
|
| ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ତ ଖଣ୍ତ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି । |
|
| 13 |
|
| ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ଯକୃତ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି । |
|
| 14 |
|
| ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି । |
|
| 15 |
|
| ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି । |
|
| 16 |
|
| ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଛାୟା ମୋʼ ଚକ୍ଷୁର ପତା ଉପରେ ଅଛି । |
|
| 17 |
|
| ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ । |
|
| 18 |
|
| ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମସ୍ଥାନ ନ ପାଉ । |
|
| 19 |
|
| ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ଵର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ଊର୍ଦ୍ଧ୍ଵରେ ଅଛନ୍ତି । |
|
| 20 |
|
| ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ; |
|
| 21 |
|
| ଯେପରି ସେ ପରମେଶ୍ଵରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ । |
|
| 22 |
|
| କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି । |
|
|
|
|