×

ପବିତ୍ର ବାଇବଲ (OROV) 2014

ଆୟୁବ ୧୮

1
ଏଥି ଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, ତୁମ୍ଭେମାନେ କେତେ କାଳ କଥା ଧରିବା ପାଇଁ ଜାଲ ପାତିବ?
2
ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା ।
3
ଆମ୍ଭେମାନେ କାହିଁକି ପଶୁ ପରି ଗଣା ଯାଉଅଛୁ ଓ ତୁମ୍ଭମାନଙ୍କ ଦୃଷ୍ଟିରେ ଅଶୁଚି ହୋଇଅଛୁ?
4
କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କʼଣ ପୃଥିବୀ ପରିତ୍ୟକ୍ତ ହେବ? ଅବା ଶୈଳ କʼଣ ସ୍ଵସ୍ଥାନରୁ ଦୂରୀକୃତ ହେବ?
5
ହଁ, ଦୁଷ୍ଟର ଦୀପ୍ତି ନିଭାଯିବ ଓ ତାହାର ଅଗ୍ନିକଣା ନିସ୍ତେଜ ହେବ ।
6
ତାହାର ତମ୍ଵୁରେ ଆଲୁଅ ଅନ୍ଧାର ହେବ ଓ ତାହାର ଉପରିସ୍ଥ ପ୍ରଦୀପ ନିଭାଯିବ ।
7
ତାହାର ସାମର୍ଥ୍ୟର ଗତି ସଙ୍କୁଚିତ ହେବ ଓ ତାହାର ନିଜ ମନ୍ତ୍ରଣା ତାହାକୁ ତଳେ ପକାଇବ ।
8
ସେ ଆପଣା ଚରଣ ଦ୍ଵାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ ।
9
ଫାଶ ତାହାର ଗୋଇଠିକି ଧରିବ ଓ ଜାଲ ତାହାକୁ ଧରିବ ।
10
ତାହା ପାଇଁ ଫାଶ ଭୂମିରେ ଗୁପ୍ତ ଅଛି ଓ ପଥରେ ତାହା ପାଇଁ ଯନ୍ତା ଅଛି ।
11
ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ ।
12
ତାହାର ବଳ କ୍ଷୁଧାରେ କ୍ଷୀଣ ହେବ ଓ ତାହାର ଶେଷ ସମୟକୁ ବିପଦ ପ୍ରସ୍ତୁତ ଥିବ ।
13
ତାହା ତାହାର ଶରୀରର ଅବୟବସବୁ ଗ୍ରାସ କରିବ, ହଁ, ମୃତ୍ୟୁର ପ୍ରଥମଜାତ ତାହାର ଅବୟବସବୁ ଗ୍ରାସ କରିବ ।
14
ସେ ଆପଣା ବିଶ୍ଵାସ-ସ୍ଥଳରୂପ ତମ୍ଵୁରୁ ଉତ୍ପାଟିତ ହେବ ଓ ସେ ଭୟଙ୍କର ରାଜା ନିକଟକୁ ଅଣାଯିବ ।
15
ତାହାର ଅସମ୍ପର୍କୀୟ ଲୋକ ତାହାର ତମ୍ଵୁରେ ବାସ କରିବ, ତାହାର ନିବାସ-ସ୍ଥାନ ଉପରେ ଗନ୍ଧକ ବିଞ୍ଚାଯିବ ।
16
ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ ।
17
ପୃଥିବୀରୁ ତାହାର ସ୍ମୃତି ଲୁପ୍ତ ହେବ ଓ ପଥରେ କେହି ତାହାର ନାମ ଧରିବ ନାହିଁ ।
18
ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ ।
19
ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ-ସ୍ଥାନରେ କେହି ରହିବେ ନାହିଁ ।
20
ଯେପରି ପୂର୍ବବର୍ତ୍ତୀ ଲୋକମାନେ ତାହାର ଦିନ ଲାଗି ଭୀତ ହୋଇଥିଲେ, ସେପରି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ଚମତ୍କୃତ ହେବେ ।
21
ନିଶ୍ଚୟ ଅଧାର୍ମିକର ବସତି ଏହିପରି ଓ ପରମେଶ୍ଵରଙ୍କୁ ନ ଜାଣିବା ଲୋକର ସ୍ଥାନ ଏହି ।
Odia Bible (OROV) 2014
ODIA-OV (Re-edited) - ପବିତ୍ର ବାଇବଲ (Re-edited) 2014 by The Bible Society of India Used by permission. worldwide
:
ସଞ୍ଚୟ ଟିପ୍ପଣୀ