|
| 1 |
|
| ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, |
|
| 2 |
|
| “ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ। |
|
| 3 |
|
| ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ? |
|
| 4 |
|
| ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି? |
|
| 5 |
|
| ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ। |
|
| 6 |
|
| ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ। |
|
| 7 |
|
| ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ। |
|
| 8 |
|
| ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା। |
|
| 9 |
|
| ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି। |
|
| 10 |
|
| ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି। |
|
| 11 |
|
| ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି। |
|
| 12 |
|
| ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ! |
|
| 13 |
|
| ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି? |
|
| 14 |
|
| ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’ |
|
| 15 |
|
| ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ? |
|
| 16 |
|
| ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା; |
|
| 17 |
|
| ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’ |
|
| 18 |
|
| ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ। |
|
| 19 |
|
| ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି, |
|
| 20 |
|
| ‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’ |
|
| 21 |
|
| ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ। |
|
| 22 |
|
| ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର। |
|
| 23 |
|
| ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ। |
|
| 24 |
|
| ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ; |
|
| 25 |
|
| ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ। |
|
| 26 |
|
| କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ। |
|
| 27 |
|
| ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ। |
|
| 28 |
|
| ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ। |
|
| 29 |
|
| ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ। |
|
| 30 |
|
| ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।” |
|
|
|
|