|
| 1 |
|
| ଏଥିରେ ଆୟୁବ ଉତ୍ତର କରି କହିଲା, ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ- ବିଶିଷ୍ଟ; |
|
| 2 |
|
| ମୋହର କାତରୋକ୍ତି ଅପେକ୍ଷା ମୋହର ପୀଡ଼ା ଭାରୀ । |
|
| 3 |
|
| ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ଯେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି! |
|
| 4 |
|
| ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ହେତୁବାଦରେ ଆପଣା ମୁଖ ପୂର୍ଣ୍ଣ କରନ୍ତି । |
|
| 5 |
|
| ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି । |
|
| 6 |
|
| ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ । |
|
| 7 |
|
| ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି । |
|
| 8 |
|
| ଦେଖ, ମୁଁ ଆଗକୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଛକୁ ଯାଏ, ମାତ୍ର ତାହାଙ୍କୁ ଦେଖି ନ ପାରେ; |
|
| 9 |
|
| ସେ କାର୍ଯ୍ୟ କଲା ବେଳେ ବାମ ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ । |
|
| 10 |
|
| ମାତ୍ର ମୁଁ ଯେଉଁ ପଥ ଅବଲମ୍ଵନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି । |
|
| 11 |
|
| ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ । |
|
| 12 |
|
| ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି । |
|
| 13 |
|
| ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି । |
|
| 14 |
|
| କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି । |
|
| 15 |
|
| ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି । |
|
| 16 |
|
| କାରଣ ପରମେଶ୍ଵର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି; |
|
| 17 |
|
| ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ । |
|
|
|
|