|
| 1 |
|
| ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି। |
|
| 2 |
|
| ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ। |
|
| 3 |
|
| ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ। |
|
| 4 |
|
| ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି। |
|
| 5 |
|
| ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ। |
|
| 6 |
|
| ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ। |
|
| 7 |
|
| କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ; |
|
| 8 |
|
| ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ। |
|
| 9 |
|
| ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ। |
|
| 10 |
|
| ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ। |
|
| 11 |
|
| ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ। |
|
| 12 |
|
| ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ? |
|
| 13 |
|
| ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ। |
|
| 14 |
|
| ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’ |
|
| 15 |
|
| ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ। |
|
| 16 |
|
| ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ। |
|
| 17 |
|
| ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ। |
|
| 18 |
|
| ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ। |
|
| 19 |
|
| କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ। |
|
| 20 |
|
| ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ? |
|
| 21 |
|
| ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି। |
|
| 22 |
|
| ବିନାଶ ଓ ମୃତ୍ୟୁୁ କହନ୍ତି, ‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’ |
|
| 23 |
|
| ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି। |
|
| 24 |
|
| କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି |
|
| 25 |
|
| ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି। |
|
| 26 |
|
| ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ; |
|
| 27 |
|
| ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ। |
|
| 28 |
|
| ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’” |
|
|
|
|