|
| 1 |
|
| ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା। |
|
| 2 |
|
| ପୁଣି, ଆୟୁବ ଉତ୍ତର କରି କହିଲା; |
|
| 3 |
|
| “ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; |
|
| 4 |
|
| ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ। |
|
| 5 |
|
| ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ। |
|
| 6 |
|
| ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ-ସଂଖ୍ୟା ମଧ୍ୟରେ ନ ଆସୁ। |
|
| 7 |
|
| ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ। |
|
| 8 |
|
| ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ। |
|
| 9 |
|
| ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ; |
|
| 10 |
|
| କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ। |
|
| 11 |
|
| ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ? |
|
| 12 |
|
| ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା? |
|
| 13 |
|
| ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି; |
|
| 14 |
|
| ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି; |
|
| 15 |
|
| ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି; |
|
| 16 |
|
| ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି। |
|
| 17 |
|
| ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ। |
|
| 18 |
|
| ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ। |
|
| 19 |
|
| ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ। |
|
| 20 |
|
| ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ; |
|
| 21 |
|
| ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି; |
|
| 22 |
|
| ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି? |
|
| 23 |
|
| ଯାହାର ପଥ ଗୁପ୍ତ ଓ ଯାହାର ଚତୁର୍ଦ୍ଦିଗରେ ପରମେଶ୍ୱର ବାଡ଼ ଦେଇଅଛନ୍ତି, ଏପରି ଲୋକକୁ କାହିଁକି ଦୀପ୍ତି ଦିଆଯାଏ? |
|
| 24 |
|
| କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ। |
|
| 25 |
|
| ଯେଣୁ ମୁଁ ଯାହା ଭୟ କରେ, ତାହା ହିଁ ମୋʼ ପ୍ରତି ଘଟେ, ଆଉ ମୁଁ ଯହିଁ ବିଷୟରେ ଭୀତ, ତାହା ହିଁ ମୋʼ ନିକଟରେ ଉପସ୍ଥିତ ହୁଏ। |
|
| 26 |
|
| ମୁଁ ଆରାମରେ କି ଶାନ୍ତିରେ ନାହିଁ, କିଅବା ମୋହର ବିଶ୍ରାମ ନାହିଁ; କେବଳ କ୍ଳେଶ ଘଟୁଅଛି।” |
|
|
|
|