|
| 1 |
|
| ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର। |
|
| 2 |
|
| ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି। |
|
| 3 |
|
| ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ। |
|
| 4 |
|
| ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି। |
|
| 5 |
|
| ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ। |
|
| 6 |
|
| ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି। |
|
| 7 |
|
| ଦେଖ, ମୋହର ଭୟାନକତା ତୁମ୍ଭକୁ ଭୀତ କରିବ ନାହିଁ, କିଅବା ମୋହର ଭାର ତୁମ୍ଭ ଉପରେ ଭାରୀ ହେବ ନାହିଁ। |
|
| 8 |
|
| ନିଶ୍ଚୟ ତୁମ୍ଭେ ମୋହର କର୍ଣ୍ଣଗୋଚରରେ କହିଅଛ ଓ ମୁଁ ତୁମ୍ଭ ବାକ୍ୟର ରବ ଶୁଣିଅଛି, ଯଥା, |
|
| 9 |
|
| ‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ; |
|
| 10 |
|
| ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି; |
|
| 11 |
|
| ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’ |
|
| 12 |
|
| ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି। |
|
| 13 |
|
| ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ। |
|
| 14 |
|
| ପରମେଶ୍ୱର ଥରେ କହନ୍ତି, ଦୁଇ ଥର ହିଁ କହନ୍ତି, ତଥାପି ମନୁଷ୍ୟ ତହିଁରେ ମନ ଦିଏ ନାହିଁ; |
|
| 15 |
|
| ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ, |
|
| 16 |
|
| ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି, |
|
| 17 |
|
| ତଦ୍ଦ୍ୱାରା ସେ ମନୁଷ୍ୟକୁ ତାହାର ସଂକଳ୍ପରୁ ନିବୃତ୍ତ କରନ୍ତି ଓ ମନୁଷ୍ୟଠାରୁ ଅହଙ୍କାର ଗୁପ୍ତ କରନ୍ତି। |
|
| 18 |
|
| ସେ ତାହାର ପ୍ରାଣକୁ ଗର୍ତ୍ତରୁ ଓ ତାହାର ଜୀବନକୁ ଖଡ୍ଗାଘାତରୁ ଅଟକାଇ ରଖନ୍ତି। |
|
| 19 |
|
| ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ; |
|
| 20 |
|
| ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ। |
|
| 21 |
|
| ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ। |
|
| 22 |
|
| ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ। |
|
| 23 |
|
| ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ; |
|
| 24 |
|
| ତେବେ ସେ ତାହାକୁ କୃପା କରି କହିବେ, ‘ଗର୍ତ୍ତଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି। |
|
| 25 |
|
| ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;’ |
|
| 26 |
|
| ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି। |
|
| 27 |
|
| ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ। |
|
| 28 |
|
| ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’ |
|
| 29 |
|
| ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ, |
|
| 30 |
|
| ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି। |
|
| 31 |
|
| ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି। |
|
| 32 |
|
| ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା। |
|
| 33 |
|
| ନୋହିଲେ ମୋʼ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି।” |
|
|
|
|