|
| 1 |
|
| ଆହୁରି ଇଲୀହୂ ଉତ୍ତର କରି କହିଲା, |
|
| 2 |
|
| ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ । |
|
| 3 |
|
| କାରଣ ରସନା ଯେପରି ଭକ୍ଷ୍ୟର ସ୍ଵାଦୁ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ । |
|
| 4 |
|
| ଯାହା ଯଥାର୍ଥ, ତାହା ଆମ୍ଭେମାନେ ଆପଣାମାନଙ୍କ ପାଇଁ ମନୋନୀତ କରୁ; ଯାହା ଭଲ, ତାହା ଆମ୍ଭେମାନେ ଆପଣାମାନଙ୍କ ମଧ୍ୟରେ ନିଶ୍ଚୟ କରୁ । |
|
| 5 |
|
| କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ଵର ମୋହର ନ୍ୟାୟ ହରଣ କରିଅଛନ୍ତି; |
|
| 6 |
|
| ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ । |
|
| 7 |
|
| ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ । |
|
| 8 |
|
| ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟଲୋକମାନଙ୍କ ସଙ୍ଗେ ଗମନାଗମନ କରେ । |
|
| 9 |
|
| କାରଣ ସେ କହିଅଛି, ପରମେଶ୍ଵରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ । |
|
| 10 |
|
| ହେ ବୁଦ୍ଧିମାନ ଲୋକେ, ମୋʼ କଥା ଶୁଣ; ପରମେଶ୍ଵର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ । |
|
| 11 |
|
| ମନୁଷ୍ୟର କର୍ମାନୁସାରେ ସେ ତାହାକୁ ଫଳ ଦେବେ ଓ ପ୍ରତ୍ୟେକ ଲୋକକୁ ତାହାର ଆଚରଣ ପ୍ରମାଣେ ଫଳଭୋଗ କରାଇବେ । |
|
| 12 |
|
| ନିଶ୍ଚୟ ପରମେଶ୍ଵର ଦୁଷ୍ଟାଚରଣ କରିବେ ନାହିଁ, ସର୍ବଶକ୍ତିମାନ ବିଚାର ବିପରୀତ କରିବେ ନାହିଁ । |
|
| 13 |
|
| କିଏ ତାହାଙ୍କୁ ପୃଥିବୀର କର୍ତ୍ତୃତ୍ଵଭାର ଦେଲା? ଅବା କିଏ ସମୁଦାୟ ଜଗତର ନିରୂପଣ କରିଅଛି? |
|
| 14 |
|
| ଯେବେ ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯେବେ ସେ ତାହାର ଆତ୍ମା ଓ ନିଶ୍ଵାସ ଆପଣା ନିକଟରେ ସଂଗ୍ରହ କରିବେ; |
|
| 15 |
|
| ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ । |
|
| 16 |
|
| ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର । |
|
| 17 |
|
| ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ? |
|
| 18 |
|
| ରାଜାକୁ, ତୁମ୍ଭେ ଅଧମ; ଅବା ଅଧିପତିମାନଙ୍କୁ, ତୁମ୍ଭେମାନେ ଦୁଷ୍ଟ ବୋଲି କହିବାର କି ଉପଯୁକ୍ତ? |
|
| 19 |
|
| ତେବେ ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକି ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ? |
|
| 20 |
|
| ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀମାନେ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି । |
|
| 21 |
|
| କାରଣ ମନୁଷ୍ୟର ମାର୍ଗ ପ୍ରତି ତାହାଙ୍କର ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି । |
|
| 22 |
|
| ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ । |
|
| 23 |
|
| କାରଣ ମନୁଷ୍ୟର ପରମେଶ୍ଵରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ । |
|
| 24 |
|
| ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରା; ଲୋକ-ମାନଙ୍କୁ ଖଣ୍ତ ଖଣ୍ତ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି । |
|
| 25 |
|
| ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ଵ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି । |
|
| 26 |
|
| ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି; |
|
| 27 |
|
| କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ; |
|
| 28 |
|
| ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ । |
|
| 29 |
|
| ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ; |
|
| 30 |
|
| ଏଣୁ ଅଧାର୍ମିକ ଲୋକ ରାଜତ୍ଵ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ । |
|
| 31 |
|
| କାରଣ କେହି କି ପରମେଶ୍ଵରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ; |
|
| 32 |
|
| ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ? |
|
| 33 |
|
| ତାହାଙ୍କ ଦତ୍ତ ପ୍ରତିଫଳ କି ତୁମ୍ଭ ଇଚ୍ଛାମତ ହେବ ଯେ, ତୁମ୍ଭେ ତାହା ଅଗ୍ରାହ୍ୟ କରୁଅଛ? କାରଣ ମନୋନୀତ କରିବାର ତୁମ୍ଭର କର୍ମ, ମୋହର ନୁହେଁ; ଏଥିପାଇଁ ଯାହା ତୁମ୍ଭେ ଜାଣ, ତାହା କୁହ । |
|
| 34 |
|
| ବୁଦ୍ଧିମାନ ଲୋକେ ଏବଂ ମୋʼ କଥା ଶ୍ରବଣକାରୀ ପ୍ରତ୍ୟେକ ଜ୍ଞାନୀ ଲୋକ ମୋତେ କହିବେ; |
|
| 35 |
|
| ଆୟୁବ ନ ଜାଣି କଥା କହେ ଓ ତାହାର କଥାସବୁ ଜ୍ଞାନବର୍ଜ୍ଜିତ । |
|
| 36 |
|
| ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି । |
|
| 37 |
|
| ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ଵରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି । |
|
|
|
|