|
| 1 |
|
| ଇଲୀହୂ ଆହୁରି କହିଲା, |
|
| 2 |
|
| ଟିକିଏ ସମ୍ଭାଳ, ମୁଁ ତୁମ୍ଭକୁ ଜଣାଇବି; କାରଣ ପରମେଶ୍ଵରଙ୍କ ପକ୍ଷରେ ମୋହର ଆହୁରି କିଛି କହିବାର ଅଛି । |
|
| 3 |
|
| ମୁଁ ଦୂରରୁ ଆପଣା ଜ୍ଞାନ ଆଣିବି ଓ ଆପଣା ସୃଷ୍ଟିକର୍ତ୍ତାଙ୍କର ଧାର୍ମିକତା ପ୍ରତିପନ୍ନ କରିବି; |
|
| 4 |
|
| କାରଣ ପ୍ରକୃତରେ ମୋହର କଥା ମିଥ୍ୟା ନୁହେଁ । ଜ୍ଞାନରେ ସିଦ୍ଧ ଜଣେ ତୁମ୍ଭ ସଙ୍ଗେ ଅଛି । |
|
| 5 |
|
| ଦେଖ, ପରମେଶ୍ଵର ପରାକ୍ରମୀ ଓ କାହାକୁ ତୁଚ୍ଛ କରନ୍ତି ନାହିଁ; ସେ ବୁଦ୍ଧିବଳରେ ପରାକ୍ରମୀ ଅଟନ୍ତି । |
|
| 6 |
|
| ସେ ଦୁଷ୍ଟର ପ୍ରାଣ ରକ୍ଷା କରନ୍ତି ନାହିଁ; ମାତ୍ର ଦୁଃଖ-ଗ୍ରସ୍ତମାନଙ୍କୁ ନ୍ୟାୟ ପ୍ରଦାନ କରନ୍ତି । |
|
| 7 |
|
| ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି । |
|
| 8 |
|
| ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି; |
|
| 9 |
|
| ତେବେ ସେ ସେମାନଙ୍କର କ୍ରିୟା, ସେମାନଙ୍କର ଅପରାଧ ଓ ସେମାନଙ୍କର ଗର୍ବାଚରଣ ସେମାନଙ୍କୁ ଦେଖାନ୍ତି । |
|
| 10 |
|
| ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି । |
|
| 11 |
|
| ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ । |
|
| 12 |
|
| ମାତ୍ର ସେମାନେ ନ ଶୁଣିଲେ, ଖଡ଼୍ଗରେ ବିନଷ୍ଟ ହେବେ ଓ ଜ୍ଞାନବର୍ଜ୍ଜିତ ହୋଇ ମରିବେ । |
|
| 13 |
|
| ମାତ୍ର ଅନ୍ତଃକରଣରେ ଅଧାର୍ମିକ ଲୋକମାନେ କ୍ରୋଧ ସଞ୍ଚୟ କରନ୍ତି; ସେ ସେମାନଙ୍କୁ ବାନ୍ଧିଲେ, ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ନାହିଁ । |
|
| 14 |
|
| ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ । |
|
| 15 |
|
| ସେ ଦୁଃଖୀଲୋକକୁ ତାହାର ଦୁଃଖ ଦ୍ଵାରା ଉଦ୍ଧାର କରନ୍ତି ଓ ଉପଦ୍ରବ ଦ୍ଵାରା ସେମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି । |
|
| 16 |
|
| ସେ ତୁମ୍ଭକୁ ହିଁ ଦୁଃଖରୁ ବାହାର କରି ସଙ୍କୀର୍ଣ୍ଣତାରହିତ ପ୍ରଶସ୍ତ ସ୍ଥାନକୁ ନେଇଯାଆନ୍ତେ; ଓ ତୁମ୍ଭ ମେଜ ଉପରେ ସଜ୍ଜିତ ଦ୍ରବ୍ୟ ମେଦପୂର୍ଣ୍ଣ ହୁଅନ୍ତା । |
|
| 17 |
|
| ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି । |
|
| 18 |
|
| କୋପ ଅଛି, ଯେପରି ତୁମ୍ଭେ ଆପଣା ପ୍ରଚୁରତା ଦ୍ଵାରା ଭ୍ରାନ୍ତ ନ ହୁଅ; କିଅବା ପ୍ରାୟଶ୍ଚିତ୍ତର ମହତ୍ତ୍ଵ ତୁମ୍ଭକୁ ନ ଭୁଲାଏ, ଏଥିପାଇଁ ସାବଧାନ । |
|
| 19 |
|
| ତୁମ୍ଭେ ଯେପରି ଦୁଃଖଗ୍ରସ୍ତ ନୋହିବ, ଏଥିପାଇଁ ତୁମ୍ଭର ଧନ ଓ ବଳର ସମସ୍ତ ପ୍ରତାପ କି ପ୍ରଚୁର ହେବ? |
|
| 20 |
|
| ଯେଉଁ ରାତ୍ରିରେ ଗୋଷ୍ଠୀୟମାନେ ସ୍ଵ ସ୍ଵ ସ୍ଥାନରେ ଉଚ୍ଛିନ୍ନ ହୁଅନ୍ତି, ସେହି ରାତ୍ରି ବାଞ୍ଛା କର ନାହିଁ । |
|
| 21 |
|
| ସାବଧାନ, ଅଧର୍ମକୁ ଆଦର କର ନାହିଁ; କାରଣ ତୁମ୍ଭେ ଦୁଃଖଭୋଗ ଅପେକ୍ଷା ଏହାହିଁ ମନୋନୀତ କରିଅଛ । |
|
| 22 |
|
| ଦେଖ, ପରମେଶ୍ଵର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି? |
|
| 23 |
|
| କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ? |
|
| 24 |
|
| ତାହାଙ୍କ କାର୍ଯ୍ୟର ମାହାତ୍ମ୍ୟ ପ୍ରକାଶ କରିବାକୁ ସ୍ମରଣ କର, ଲୋକମାନେ ତହିଁର କୀର୍ତ୍ତନ କରିଅଛନ୍ତି । |
|
| 25 |
|
| ସମସ୍ତ ଲୋକ ତହିଁ ପ୍ରତି ନିରୀକ୍ଷଣ କରିଅଛନ୍ତି, ମନୁଷ୍ୟ ଦୂରରୁ ତାହା ଦେଖେ । |
|
| 26 |
|
| ଦେଖ, ପରମେଶ୍ଵର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ । |
|
| 27 |
|
| କାରଣ ସେ ଜଳବିନ୍ଦୁସବୁ ଆକର୍ଷଣ କରନ୍ତି, ତାହା ବୃଷ୍ଟି ରୂପେ ତାହାଙ୍କ ବାଷ୍ପରୁ ପଡ଼େ । |
|
| 28 |
|
| ଆକାଶ ତାହା ଢାଳି ଦିଏ ଓ ମନୁଷ୍ୟ ଉପରେ ତାହା ବହୁଳ ରୂପେ ବର୍ଷେ । |
|
| 29 |
|
| ମେଘମାଳର ପ୍ରସାରଣ ଓ ତାହାଙ୍କ ଚନ୍ଦ୍ରାତପର ଗର୍ଜ୍ଜନ କି କେହି ବୁଝିପାରେ? |
|
| 30 |
|
| ଦେଖ, ସେ ଆପଣା ଚତୁର୍ଦ୍ଦିଗରେ ନିଜ ଦୀପ୍ତି ବିସ୍ତାର କରନ୍ତି; ପୁଣି, ସେ ସମୁଦ୍ରର ତଳଭାଗ ଆବୃତ କରନ୍ତି । |
|
| 31 |
|
| କାରଣ ସେ ଏସବୁ ଦ୍ଵାରା ଗୋଷ୍ଠୀବର୍ଗର ଶାସନ କରନ୍ତି; ସେ ବହୁଳ ପରିମାଣରେ ଆହାର ଦିଅନ୍ତି । |
|
| 32 |
|
| ସେ ବିଦ୍ୟୁତରେ ଆପଣା ହସ୍ତ ଆଚ୍ଛାଦନ କରନ୍ତି ଓ ଲକ୍ଷ୍ୟ ସ୍ଥଳ ଆଘାତ କରିବାକୁ ଆଜ୍ଞା ଦିଅନ୍ତି । |
|
| 33 |
|
| ତହିଁର ଶଦ୍ଦ ତାହାଙ୍କ ବିଷୟରେ ପରିଚୟ ଦିଏ, ପଶୁପଲ ମଧ୍ୟ ଆଗାମୀ ତୋଫାନ ବିଷୟ ଜଣାନ୍ତି । |
|
|
|
|