|
| 1 |
|
| ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ଵସ୍ଥାନରୁ ଅନ୍ତରିତ ହେଉଅଛି । |
|
| 2 |
|
| ତୁମ୍ଭେମାନେ ତାହାଙ୍କ ରବର ଶଦ୍ଦ ଓ ତାହାଙ୍କ ମୁଖ-ନିର୍ଗତ ସ୍ଵର ଶୁଣ । |
|
| 3 |
|
| ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଦ୍ୟୁତକୁ ପୃଥିବୀର ପ୍ରା; ପର୍ଯ୍ୟନ୍ତ ପ୍ରେରଣ କରନ୍ତି । |
|
| 4 |
|
| ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ଵର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ । |
|
| 5 |
|
| ପରମେଶ୍ଵର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି । |
|
| 6 |
|
| କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି । |
|
| 7 |
|
| ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି । |
|
| 8 |
|
| ସେତେବେଳେ ପଶୁମାନେ ଆଶ୍ରୟସ୍ଥାନକୁ ଯାʼନ୍ତି ଓ ଆପଣା ଆପଣା ଗହ୍ଵରରେ ରହନ୍ତି । |
|
| 9 |
|
| ଦକ୍ଷିଣସ୍ଥ ମଣ୍ତଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ । |
|
| 10 |
|
| ପରମେଶ୍ଵରଙ୍କ ନିଶ୍ଵାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଙ୍କୀର୍ଣ୍ଣ ହୁଏ । |
|
| 11 |
|
| ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଦ୍ୟୁତର ମେଘ ବିସ୍ତାର କରନ୍ତି । |
|
| 12 |
|
| ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ତଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ଵାରା ତାହା ଘୂରେ । |
|
| 13 |
|
| ଦଣ୍ତ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି, । |
|
| 14 |
|
| ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ଵରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର । |
|
| 15 |
|
| ପରମେଶ୍ଵର କିରୂପେ ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଦ୍ୟୁତକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ? |
|
| 16 |
|
| ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ? |
|
| 17 |
|
| ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ? |
|
| 18 |
|
| ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ତଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର? |
|
| 19 |
|
| ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ । |
|
| 20 |
|
| ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ? |
|
| 21 |
|
| ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ । |
|
| 22 |
|
| ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ଵରଙ୍କଠାରେ ଭୟାନକ ମହତ୍ତ୍ଵ ଥାଏ । |
|
| 23 |
|
| ସର୍ବଶକ୍ତିମାନ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ । |
|
| 24 |
|
| ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ । |
|
|
|
|