|
| 1 |
|
| ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବ କାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର? |
|
| 2 |
|
| ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ? |
|
| 3 |
|
| ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି । |
|
| 4 |
|
| ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରି ଯାଇ ଆସନ୍ତି ନାହିଁ । |
|
| 5 |
|
| କିଏ ବନ୍ୟ ଗର୍ଦ୍ଦଭକୁ ସ୍ଵାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି? |
|
| 6 |
|
| ଆମ୍ଭେ ବନକୁ ତାହାର ଗୃହ ଓ ଲବଣଭୂମିକି ତାହାର ନିବାସ ସ୍ଥାନ କରିଅଛୁ । |
|
| 7 |
|
| ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶଦ୍ଦ ଶୁଣେ ନାହିଁ । |
|
| 8 |
|
| ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ । |
|
| 9 |
|
| ଅରଣା କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ତ ପାଖରେ ରହିବ? |
|
| 10 |
|
| ତୁମ୍ଭେ କି ଅରଣାକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ? |
|
| 11 |
|
| ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ଵାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ? |
|
| 12 |
|
| ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ? |
|
| 13 |
|
| ଉଷ୍ଟ୍ରପକ୍ଷିଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ? |
|
| 14 |
|
| କାରଣ ସେ ଭୂମିରେ ଆପଣା ଅଣ୍ତା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ, |
|
| 15 |
|
| ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ଵାରା ତାହା ଦଳିତ ହେବ ବୋଲି ପାସୋରି ଯାଏ । |
|
| 16 |
|
| ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚି; ଥାଏ; |
|
| 17 |
|
| କାରଣ ପରମେଶ୍ଵର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି । |
|
| 18 |
|
| ସେ ଉପରକୁ ଉଠିଲେ, ଅଶ୍ଵ ଓ ଅଶ୍ଵାରୋହୀକି ପରିହାସ କରେ । |
|
| 19 |
|
| ତୁମ୍ଭେ କି ଅଶ୍ଵକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ? |
|
| 20 |
|
| ତୁମ୍ଭେ କି ତାହାକୁ ଫଡ଼ିଙ୍ଗ ପରି କୁଦିବାକୁ ଦେଇଅଛ? ତାହାର ନାସାଶଦ୍ଦର ତେଜ ଭୟାନକ । |
|
| 21 |
|
| ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରେ; ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ । |
|
| 22 |
|
| ସେ ଭୟକୁ ପରିହାସ କରେ ଓ ଉଦ୍ବିଗ୍ନ ହୁଏ ନାହିଁ; କିଅବା ଖଡ଼୍ଗ ସମ୍ମୁଖରୁ ଫେରେ ନାହିଁ । |
|
| 23 |
|
| ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍ଝନ୍ ଶଦ୍ଦ କରେ । |
|
| 24 |
|
| ସେ ପ୍ରଚଣ୍ତତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀଶଦ୍ଦ ବୋଲି ବିଶ୍ଵାସ କରେ ନାହିଁ । |
|
| 25 |
|
| ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶଦ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ । |
|
| 26 |
|
| ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ? |
|
| 27 |
|
| ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ଵରେ ଆପଣା ବସା କରେ? |
|
| 28 |
|
| ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ । |
|
| 29 |
|
| ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ । |
|
| 30 |
|
| ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ । |
|
|
|
|