|
| 1 |
|
| ଏଥିରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, |
|
| 2 |
|
| “କେହି ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବାକୁ ଚେଷ୍ଟା କଲେ ତୁମ୍ଭେ କʼଣ ଦୁଃଖିତ ହେବ? ମାତ୍ର କଥା କହିବାରୁ କିଏ ଆପଣାକୁ କ୍ଷାନ୍ତ କରିପାରେ? |
|
| 3 |
|
| ଦେଖ, ତୁମ୍ଭେ ଅନେକଙ୍କୁ ଶିକ୍ଷା ଦେଇଅଛ ଓ ତୁମ୍ଭେ ଦୁର୍ବଳହସ୍ତ ସବଳ କରିଅଛ। |
|
| 4 |
|
| ତୁମ୍ଭର ବାକ୍ୟ ପଡୁଥିବା ଲୋକକୁ ଧରି ରଖିଅଛି ଓ ତୁମ୍ଭେ ଦୁର୍ବଳ ଆଣ୍ଠୁକୁ ଦୃଢ଼ କରିଅଛ। |
|
| 5 |
|
| ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ। |
|
| 6 |
|
| ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି? |
|
| 7 |
|
| ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି? |
|
| 8 |
|
| ମୋହର ଦେଖିଲା ପ୍ରମାଣେ, ଯେଉଁମାନେ ଅଧର୍ମ ଚଷନ୍ତି ଓ ଦୁଃଖରୂପ ବୀଜ ବୁଣନ୍ତି, ସେମାନେ ତାହା ହିଁ କାଟନ୍ତି। |
|
| 9 |
|
| ସେମାନେ ପରମେଶ୍ୱରଙ୍କ ନିଶ୍ୱାସ ଦ୍ୱାରା ବିନଷ୍ଟ ହୁଅନ୍ତି ଓ ତାହାଙ୍କର କ୍ରୋଧରୂପ ଫୁତ୍କାର ଦ୍ୱାରା ସଂହାରିତ ହୁଅନ୍ତି। |
|
| 10 |
|
| ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ। |
|
| 11 |
|
| ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି। |
|
| 12 |
|
| କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍ ଶବ୍ଦ ପାଇଲା। |
|
| 13 |
|
| ଯେତେବେଳେ ଲୋକେ ଘୋର ନିଦ୍ରାଗ୍ରସ୍ତ ହୁଅନ୍ତି, ଏପରି ରାତ୍ରିର ସ୍ୱପ୍ନଦର୍ଶନରୁ ଜାତ ଭାବନା ସମୟରେ, |
|
| 14 |
|
| ମୋହର ଭୟ ଓ କମ୍ପ ହେଲା, ତଦ୍ଦ୍ୱାରା ମୋହର ଅସ୍ଥିସବୁ ଥରହର ହେଲା। |
|
| 15 |
|
| ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା। |
|
| 16 |
|
| ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶବ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି, |
|
| 17 |
|
| ‘ମର୍ତ୍ତ୍ୟର ମନୁଷ୍ୟ କʼଣ ପରମେଶ୍ୱରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ? |
|
| 18 |
|
| ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି; |
|
| 19 |
|
| ତେବେ ଯେଉଁମାନେ ମୃତ୍ତିକା-ନିର୍ମିତ ଗୃହରେ ବାସ କରନ୍ତି, ସେମାନେ କଅଣ? ସେମାନଙ୍କ ଭିତ୍ତିମୂଳ ଧୂଳିରେ ସ୍ଥାପିତ, ସେମାନେ କୀଟ ତୁଲ୍ୟ ମର୍ଦ୍ଦିତ ହୁଅନ୍ତି। |
|
| 20 |
|
| ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ। |
|
| 21 |
|
| ସେମାନଙ୍କ ତମ୍ବୁର ରଜ୍ଜୁ କʼଣ ସେମାନଙ୍କ ଅନ୍ତରରେ ଛିଣ୍ଡା ନ ଯାଏ? ସେମାନେ ଜ୍ଞାନରହିତ ହୋଇ ମରନ୍ତି।’ |
|
|
|
|