|
| 1 |
|
| ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର? |
|
| 2 |
|
| ତୁମ୍ଭେ କି ତାହାର ନାସାରେ ଦଉଡ଼ି ଦେଇ ପାର? ଅବା ଅଙ୍କୁଶରେ ତାହାର ଥୋମଣି ଫୋଡ଼ିପାର? |
|
| 3 |
|
| ସେ କି ତୁମ୍ଭ ନିକଟରେ ଅନେକ ବିନତି କରିବ? ଅବା ସେ କି ତୁମ୍ଭକୁ କୋମଳ କଥା କହିବ? |
|
| 4 |
|
| ତୁମ୍ଭେ ତାହାକୁ ଚିରକାଳ ଦାସ କରି ରଖିବା ପାଇଁ ସେ କି ତୁମ୍ଭ ସଙ୍ଗେ ନିୟମ କରିବ? |
|
| 5 |
|
| ପକ୍ଷୀ ସଙ୍ଗେ ଖେଳିଲା ପରି ତୁମ୍ଭେ କି ତାହା ସଙ୍ଗେ ଖେଳିବ? ଅବା ତୁମ୍ଭେ କି ଆପଣା ବାଳିକାମାନଙ୍କ ନିମନ୍ତେ ତାହାକୁ ବାନ୍ଧି ରଖିବ? |
|
| 6 |
|
| ମତ୍ସ୍ୟଧାରୀଦଳ କି ତାହାକୁ ବାଣିଜ୍ୟ ଦ୍ରବ୍ୟ କରିବେ? ସେମାନେ କି ବଣିକମାନଙ୍କ ମଧ୍ୟରେ ତାହାକୁ ଭାଗବିଭାଗ କରିବେ? |
|
| 7 |
|
| ତୁମ୍ଭେ କି ଲୌହ ଅଙ୍କୁଶରେ ତାହାର ଚର୍ମ, ଅବା ତେଣ୍ଟାରେ ତାହାର ମସ୍ତକ ବିନ୍ଧିପାର? |
|
| 8 |
|
| ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ। |
|
| 9 |
|
| ଦେଖ, ତାହା ବିଷୟକ ପ୍ରତ୍ୟାଶା ବୃଥା; କେହି ତାହାକୁ ଦେଖିବାମାତ୍ର କି ତଳେ ପଡ଼ିଯିବ ନାହିଁ? |
|
| 10 |
|
| ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? |
|
| 11 |
|
| କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର। |
|
| 12 |
|
| ତାହାର ଅଙ୍ଗପ୍ରତ୍ୟଙ୍ଗ, ଅବା ମହାପରାକ୍ରମ, ଅବା ତାହାର ସୁନ୍ଦର ଗଠନ ବିଷୟରେ ଆମ୍ଭେ ନୀରବ ରହିବା ନାହିଁ। |
|
| 13 |
|
| ତାହାର ବାହାର ବସ୍ତ୍ର କିଏ କାଢ଼ିପାରେ? କିଏ ତାହାର ଦନ୍ତଶ୍ରେଣୀଦ୍ୱୟ ମଧ୍ୟକୁ ଆସିବ? |
|
| 14 |
|
| କିଏ ତାହାର ମୁଖରୁ କବାଟ ଫିଟାଇପାରେ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ। |
|
| 15 |
|
| ତାହାର ଶକ୍ତ କାତିସବୁ ତାହାର ଦର୍ପର ବିଷୟ, ତାହା ଦୃଢ଼ ରୂପେ ମୋହରାଙ୍କିତ ହେଲା ପରି ଏକତ୍ର ବନ୍ଦ ହୋଇଅଛି। |
|
| 16 |
|
| ଏକଆରେକର ଏତେ ନିକଟ ଯେ, ବାୟୁ ତହିଁରେ ପ୍ରବେଶ କରିପାରେ ନାହିଁ। |
|
| 17 |
|
| ତାହାସବୁ ପରସ୍ପର ସଂଯୁକ୍ତ; ତାହାସବୁ ଏପରି ଏକତ୍ର ଲାଗି ରହିଅଛି ଯେ, ଭିନ୍ନ କରାଯାଇପାରେ ନାହିଁ। |
|
| 18 |
|
| ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ। |
|
| 19 |
|
| ତାହାର ମୁଖରୁ ଜ୍ୱଳନ୍ତ ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ। |
|
| 20 |
|
| ଯେପରି ରନ୍ଧାହାଣ୍ଡିରୁ ଓ ଜ୍ୱଳନ୍ତ ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ। |
|
| 21 |
|
| ତାହାର ନିଶ୍ୱାସ ଅଙ୍ଗାର ଜ୍ୱଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ। |
|
| 22 |
|
| ତାହାର ଗ୍ରୀବାରେ ଶକ୍ତି ଅବସ୍ଥିତି କରେ ଓ ତାହା ସମ୍ମୁଖରେ ତ୍ରାସ ନୃତ୍ୟ କରେ। |
|
| 23 |
|
| ତାହାର ମାଂସର ପରସ୍ତ ଏକତ୍ର ସଂଯୁକ୍ତ ଥାଏ; ତାହାସବୁ ତାହା ଉପରେ ଦୃଢ଼ବଦ୍ଧ ଥାଏ; ତାହାସବୁ ଘୁଞ୍ଚାଯାଇ ପାରେ ନାହିଁ। |
|
| 24 |
|
| ତାହାର ହୃଦୟ ପ୍ରସ୍ତର ପରି ଦୃଢ଼ ଓ ଚକିର ତଳପଟ ପରି ଦୃଢ଼। |
|
| 25 |
|
| ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି। |
|
| 26 |
|
| କେହି ତାହା ଉପରେ ଖଡ୍ଗ ଲଗାଇଲେ, କିଛି ହୁଏ ନାହିଁ; ବର୍ଚ୍ଛା, ଶୂଳ କି ତୀକ୍ଷ୍ଣ ତୀର ବିଫଳ ହୁଏ। |
|
| 27 |
|
| ସେ ଲୁହାକୁ କୁଟା ପରି ଓ ପିତ୍ତଳକୁ ସଢ଼ା କାଠ କରି ଗଣେ। |
|
| 28 |
|
| ତୀର ତାହାକୁ ତଡ଼ାଇ ପାରେ ନାହିଁ ଓ ଛାଟିଣୀ ପଥର ତାହା ପ୍ରତି ନଡ଼ା ପରି ହୁଏ। |
|
| 29 |
|
| ଗଦା ତୃଣ ତୁଲ୍ୟ ଗଣିତ ହୁଏ; ବର୍ଚ୍ଛା ବଳରେ ଆସିବା ବେଳେ ସେ ହସେ। |
|
| 30 |
|
| ତାହାର ନିମ୍ନଭାଗ ତୀକ୍ଷ୍ଣ ଖପରା ପରି; ସେ କାଦୁଅ ଉପରେ କଣ୍ଟାର ମଇ ଚଳାଏ। |
|
| 31 |
|
| ସେ ଗଭୀର ଜଳକୁ ହାଣ୍ଡି ଜଳ ପରି ଫୁଟାଏ; ସେ ସମୁଦ୍ରକୁ ଲେପ ପରି କରେ। |
|
| 32 |
|
| ସେ ଆପଣା ପଛେ ପଛେ ପଥ ଉଜ୍ଜ୍ୱଳ କରେ; କେହି ମନେ କରିପାରେ, ଜଳଧି ପକ୍ୱକେଶ ହେଲା; |
|
| 33 |
|
| ପୃଥିବୀରେ ତାହା ପରି ଭୟରହିତ ହୋଇ କେହି ସୃଷ୍ଟ ହୋଇ ନାହିଁ। |
|
| 34 |
|
| ସେ ସକଳ ଉଚ୍ଚ ବିଷୟ ଦେଖେ, ସେ ଯାବତୀୟ ଗର୍ବର ସନ୍ତାନଗଣ ଉପରେ ରାଜା ଅଟେ।” |
|
|
|
|