|
| 1 |
|
| ଏଥିରେ ଆୟୁବ ଉତ୍ତର କରି କହିଲା, |
|
| 2 |
|
| “ଆହା, ଯଦି ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା! |
|
| 3 |
|
| ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି। |
|
| 4 |
|
| କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି। |
|
| 5 |
|
| ଘାସ ଥିଲେ କʼଣ ବନ୍ୟ ଗର୍ଦ୍ଦଭ ବୋବାଏ? ଆହାର ପାଖରେ କʼଣ ଗୋରୁ ହମାଳେ? |
|
| 6 |
|
| ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି? |
|
| 7 |
|
| ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ। |
|
| 8 |
|
| ଆହା, ଯେବେ ମୁଁ ଆପଣା ବାଞ୍ଛିତ ବିଷୟ ପ୍ରାପ୍ତ ହୁଅନ୍ତି; ଯାହା ମୁଁ ଅପେକ୍ଷା କରେ, ତାହା ଯେବେ ପରମେଶ୍ୱର ମୋତେ ଦିଅନ୍ତେ। |
|
| 9 |
|
| ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ! |
|
| 10 |
|
| ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ। |
|
| 11 |
|
| ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି? |
|
| 12 |
|
| ମୋହର ବଳ କʼଣ ପ୍ରସ୍ତରମାନଙ୍କର ବଳ? ଅବା ମୋହର ମାଂସ କʼଣ ପିତ୍ତଳ? |
|
| 13 |
|
| ମୋʼ ଦ୍ୱାରା ମୋହର କିଛି ଉପକାର ନାହିଁ ଓ ଫଳଦାୟକ କର୍ମଣ୍ୟତା ମୋʼ ଠାରୁ ସମ୍ପୂର୍ଣ୍ଣ ଦୂରୀକୃତ ହୋଇଅଛି, ଏହା କʼଣ ସତ୍ୟ ନୁହେଁ? |
|
| 14 |
|
| କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ। |
|
| 15 |
|
| ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି; |
|
| 16 |
|
| ତାହାସବୁ ହିମ ସକାଶୁ କୃଷ୍ଣବର୍ଣ୍ଣ ଓ ତହିଁ ମଧ୍ୟରେ ତୁଷାର ଲୀନ ହୁଏ; |
|
| 17 |
|
| ନଦୀ ଉତ୍ତପ୍ତ ହେଲେ, ତାହା ଲୁପ୍ତ ହୁଏ; ଗ୍ରୀଷ୍ମ ପାଇଲେ ସ୍ୱ ସ୍ଥାନରୁ ଅନ୍ତର୍ହିତ ହୁଏ। |
|
| 18 |
|
| ପଥିକ ଦଳ ତହିଁ ନିକଟ ଦେଇ ଯାତ୍ରା କରିବା ବେଳେ ପଥ ଛାଡ଼ନ୍ତି; ସେମାନେ ମରୁଭୂମିକୁ ଯାଇ ବିନଷ୍ଟ ହୁଅନ୍ତି। |
|
| 19 |
|
| ତେମାର ପଥିକ ଦଳ ଅନ୍ଵେଷଣ କଲେ, ଶିବାର ଯାତ୍ରୀ ଦଳ ତହିଁ ପାଇଁ ଅପେକ୍ଷା କଲେ। |
|
| 20 |
|
| ସେମାନେ ପ୍ରତ୍ୟାଶା କରିଥିବା ସକାଶୁ ଲଜ୍ଜିତ ହେଲେ; ସେମାନେ ସେଠାରେ ଉପସ୍ଥିତ ହୋଇ ଘାବରା ହେଲେ। |
|
| 21 |
|
| ଦେଖ, ଏବେ ତୁମ୍ଭେମାନେ କିଛି ନୁହଁ; ତୁମ୍ଭେମାନେ ବିପତ୍ତି ଦେଖି ଭୀତ ହେଉଅଛ। |
|
| 22 |
|
| ‘ମୋତେ କିଛି ଦିଅ,’ ଅବା ‘ତୁମ୍ଭମାନଙ୍କ ସମ୍ପତ୍ତିରୁ ମୋʼ ପାଇଁ ଉପହାର ଯାଚ,’ |
|
| 23 |
|
| କିଅବା ‘ବିପକ୍ଷ ହସ୍ତରୁ ମୋତେ ଉଦ୍ଧାର କର,’ ଅଥବା ‘ଉପଦ୍ରବୀମାନଙ୍କ ହସ୍ତରୁ ମୋତେ ମୁକ୍ତ କର, ଏହା କି ମୁଁ କହିଲି?’ |
|
| 24 |
|
| ମୋତେ ଶିକ୍ଷା ଦିଅ, ତହିଁରେ ମୁଁ ନୀରବ ହେବି ଓ ମୁଁ କେଉଁ ବିଷୟରେ ଭୁଲିଗଲି, ତାହା ମୋତେ ବୁଝାଇ ଦିଅ। |
|
| 25 |
|
| ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ? |
|
| 26 |
|
| ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ। |
|
| 27 |
|
| ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ। |
|
| 28 |
|
| ଏହେତୁ ଏବେ ଅନୁଗ୍ରହ କରି ମୋʼ ପ୍ରତି ଦୃଷ୍ଟି କର; କାରଣ ମୁଁ ନିଶ୍ଚୟ ତୁମ୍ଭ ମୁଖ ଆଗରେ ମିଥ୍ୟା କହିବି ନାହିଁ। |
|
| 29 |
|
| ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ। |
|
| 30 |
|
| ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ? |
|
|
|
|