ପବିତ୍ର ବାଇବଲ ERV 2004
|
| 1 |
| ଆୟୁବ ଉତ୍ତର ଦେଲା, “ପୃଥିବୀରେ କ’ଣ ମନୁଷ୍ୟ ସଂଗ୍ରାମ କରେ ନାହିଁ? ତା’ର ଜୀବନ ହେଉଛି ଜଣେ ବେତନ ପାଉଥିବା ଶ୍ରମିକର ଜୀବନ ସଦୃଶ। |
| 2 |
| ମଣିଷ, ଜଣେ ଦାସ ଯେଭଳି ଦିନର କଠିନ ଶ୍ରମ ପରେ ଶୀତଳ ଛାୟା ଗ୍ଭହେଁ। ମଣିଷ ଜଣେ ମୂଲ ପାଉଥିବା ବ୍ୟକ୍ତି ଯେମିତି ତା’ର ବେତନ ଦିନକୁ ଅପେକ୍ଷା କରେ। |
| 3 |
| ଅନେକ ମାସ ମୋତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆଯାଇ ଥିଲା। |
| 4 |
| ଯେତେବେଳେ ମୁଁ ଶୟନ କରେ, ମୁଁ କହେ, ‘ଆଉ କେତେ ସମୟ ପରେ ଶଯ୍ୟା ତ୍ୟାଗ କରିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ଯ୍ୟନ୍ତ ମୁଁ ବିଛଣାରେ ଛଟପଟ ହୁଏ। |
| 5 |
| ଯଦିଓ ମୋର ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମୋର ଚର୍ମ ଫାଟିଯାଏ ଏବଂ ବହୁଥିବା ଘାଁରେ ଢାଙ୍କି ହୋଇଛି। |
| 6 |
| “ମୋର ଦିନଗୁଡ଼ିକ ଶୀଘ୍ର ଗଡ଼ିଯାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶେଷରେ ଜୀବନଟା କୌଣସି ଆଶାର ପୂରଣ ବିନା ଶେଷ ହୋଇଯାଏ। |
| 7 |
| ପରମେଶ୍ୱର, ସ୍ମରଣ କର, ମୋର ଜୀବନ କେବଳ ଗୋଟିଏ ପ୍ରଶ୍ୱାସ। ମୁଁ କେବେ ଆଉ କୌଣସି ଭଲ ବିଷୟ ଦେଖିବି ନାହିଁ। |
| 8 |
| ତୁମ୍ଭେ ବି ମୋତେ ଆଉ ଦେଖିବ ନାହିଁ। ତୁମ୍ଭେ ମୋତେ ଖୋଜିବ କିନ୍ତୁ ମୁଁ ନ ଥିବି। |
| 9 |
| ଭଷା ମେଘ ଅଦୃଶ୍ୟ ହେଲାପରି, ଜଣେ ବ୍ୟକ୍ତି କବର ଭିତରକୁ ଯାଏ ଏବଂ ସେ ସେଥିରୁ ଫେରି ଆସେ ନାହିଁ। |
| 10 |
| ସେ ଆଉ ତା’ର ଆପଣା ବାସଗୃହକୁ କେବେ ଆସିବ ନାହିଁ। ଏବଂ ତା’ର ସେ ପୁରୁଣା ଘର ମଧ୍ୟ ତାକୁ ଆଉ ଚିହ୍ନିବ ନାହିଁ। |
| 11 |
| “ତେଣୁ ମୁଁ ଆଉ ନୀରବ ରହି ପାରିବି ନାହିଁ, ମୁଁ ମୋର ଆତ୍ମାର ବେଦନା ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମୋର ଆତ୍ମା ତିକ୍ତ ହୋଇଅଛି। |
| 12 |
| ହେ ପରମେଶ୍ୱର, କାହିଁକି ତୁମ୍ଭେ ମୋତେ ପ୍ରହରା ଦେଉଛ? ମୁଁ କ’ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି? |
| 13 |
| ଯଦି ମୁଁ କହେ ମୋର ବିଛଣା ମୋତେ ଆନନ୍ଦ ଆଣି ଦେବା ଉଚିତ୍। ମୋର ବିଛଣା ମୋତେ ବିଶ୍ରାମ ଓ ଶାନ୍ତି ଆଣି ଦେବା ଉଚିତ୍। |
| 14 |
| କିନ୍ତୁ ହେ ପରମେଶ୍ୱର, ମୋର ଶୟନ ସମୟରେ ତୁମ୍ଭେ ମୋତେ ସ୍ୱପ୍ନରେ ଭୟ ଦେଖାଉଛ। ତା’ପରେ ତୁମ୍ଭେ ମୋତେ ଦର୍ଶନରେ ଡରାଉଛ। |
| 15 |
| ତେଣୁ ମୁଁ ବଞ୍ଚିବାଠାରୁ ଶ୍ୱାସରୋଧ ହୋଇ ମରିବାକୁ ଅଧିକ ପସନ୍ଦ କରେ। |
| 16 |
| ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ୟାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମୋତେ ଛାଡ଼, ମୋର ବଞ୍ଚିବାର କିଛି ଅର୍ଥ ନାହିଁ। |
| 17 |
| ହେ ପରମେଶ୍ୱର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ? ତୁମ୍ଭେ କାହିଁକି ତାକୁ ସମ୍ମାନ ଦେବ, ତୁମ୍ଭେ କାହିଁକି ତା’ ପ୍ରତି ଧ୍ୟାନ ଦେବ? |
| 18 |
| କାହିଁକି ମଣିଷକୁ ତୁମ୍ଭେ ପ୍ରତ୍ୟେକ ସକାଳରେ ସାକ୍ଷାତ କର ଏବଂ ତା’ର ପ୍ରତ୍ୟେକ ମୁହୂର୍ତ୍ତକୁ ପରୀକ୍ଷା କର? |
| 19 |
| ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ମୋ’ଠାରୁ ଆପଣା ଦୃଷ୍ଟି ଦୂରେଇ ରଖିବ? ତୁମ୍ଭେ ମୋତେ ଏକାଳି ବହୁକାଳ ପର୍ଯ୍ୟନ୍ତ ଗ୍ରାସିତ ହେବାକୁ ଛାଡ଼ିଦିଅ ନାହିଁ। |
| 20 |
| ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ଯିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ସ୍ୱରୂପ ରଖିଛ? ମୁଁ କ’ଣ ତୁମ୍ଭ ପାଇଁ କୌଣସି ସମସ୍ୟା ହୋଇଛି? |
| 21 |
| କାହିଁକି ତୁମ୍ଭେ ମୋତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ? କାହିଁକି ମୋର କୌଣସି ପାପ କ୍ଷମା କରୁ ନାହଁ? କାରଣ ମୁଁ ଶୀଘ୍ର ମରିବି ଓ କବରରେ ଶୟନ କରିବି, ତୁମ୍ଭେ ମୋତେ ଖୋଜିବ, କିନ୍ତୁ ପାଇବ ନାହିଁ।” |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaerv/job/007.mp3
42
7