|
| 1 |
|
| ପୃଥିବୀରେ କʼଣ ମନୁଷ୍ୟର ଯୁଦ୍ଧ ହୁଏ ନାହିଁ? ଓ ତାହାର ଦିନସମୂହ କʼଣ ବେତନଜୀବୀର ଦିନ ତୁଲ୍ୟ ନୁହେଁ? |
|
| 2 |
|
| ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ; |
|
| 3 |
|
| ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରାଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋʼ ପାଇଁ ନିରୂପିତ ହୋଇଅଛି। |
|
| 4 |
|
| ମୁଁ ଶୟନ କାଳରେ କହେ, ‘କେବେ ମୁଁ ଉଠିବି?’ ମାତ୍ର ରାତ୍ରି ଦୀର୍ଘ ହୁଏ; ଆଉ, ମୁଁ ପ୍ରଭାତ ପର୍ଯ୍ୟନ୍ତ ନିରନ୍ତର ଛଟପଟ ହେଉଥାଏ। |
|
| 5 |
|
| ମୋହର ମାଂସ କୀଟ ଓ ଧୂଳିଟେଳା ପରିହିତ; ମୋହର ଚର୍ମ ମିଶିଯାଏ ଓ ପୁନର୍ବାର ଫାଟିଯାଏ। |
|
| 6 |
|
| ମୋହର ଦିନ ତନ୍ତୀର ନଳୀଠାରୁ ଶୀଘ୍ରଗାମୀ ଓ ଭରସା ବିନା ବ୍ୟୟ ହୋଇଯାଏ। |
|
| 7 |
|
| ଆହେ, ମୋହର ପ୍ରାଣ ବାୟୁ ମାତ୍ର ବୋଲି ସ୍ମରଣ କର; ମୋହର ଚକ୍ଷୁ ଆଉ ମଙ୍ଗଳ ଦେଖିବ ନାହିଁ। |
|
| 8 |
|
| ଯାହାର ଚକ୍ଷୁ ମୋତେ ଦେଖେ, ସେ ଆଉ ମୋତେ ଦେଖିବ ନାହିଁ; ମୋʼ ପ୍ରତି ତୁମ୍ଭର ଦୃଷ୍ଟି ପଡ଼ିବ, ମାତ୍ର ମୁଁ ନ ଥିବି। |
|
| 9 |
|
| ମେଘ ଯେପରି କ୍ଷୟ ପାଇ ଅନ୍ତର୍ହିତ ହୁଏ, ସେପରି ଯେ ପାତାଳକୁ ଓହ୍ଲାଇଯାଏ, ସେ ଆଉ ଉଠି ଆସିବ ନାହିଁ। |
|
| 10 |
|
| ସେ ଆଉ ଆପଣା ଗୃହକୁ ଫେରି ଆସିବ ନାହିଁ, କିଅବା ତାହାର ବାସସ୍ଥାନ ତାହାକୁ ଆଉ ଚିହ୍ନିବ ନାହିଁ। |
|
| 11 |
|
| ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି। |
|
| 12 |
|
| ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ? |
|
| 13 |
|
| ମୋʼ ପଲଙ୍କ ମୋତେ ସାନ୍ତ୍ୱନା ଦେବ, ମୋହର ଶଯ୍ୟା ମୋର ଦୁଃଖ ଉପଶମ କରିବ ବୋଲି କହିଲା ବେଳେ, |
|
| 14 |
|
| ତୁମ୍ଭେ ସ୍ୱପ୍ନରେ ମୋତେ ଭୟ ଦେଖାଉଅଛ ଓ ନାନା ଦର୍ଶନ ଦ୍ୱାରା ମୋତେ ତ୍ରାସଯୁକ୍ତ କରୁଅଛ। |
|
| 15 |
|
| ତେଣୁ ମୋହର ପ୍ରାଣ ମୋହର ଏହି ଅସ୍ଥି ଅପେକ୍ଷା ଶ୍ୱାସରୋଧ ଓ ମରଣ ପସନ୍ଦ କରେ। |
|
| 16 |
|
| ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର। |
|
| 17 |
|
| ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ, |
|
| 18 |
|
| ଆଉ, ପ୍ରତି ପ୍ରଭାତରେ ତାହାର ତତ୍ତ୍ୱ ନେବ ଓ ପ୍ରତି ନିମିଷରେ ତାହାର ପରୀକ୍ଷା କରିବ? |
|
| 19 |
|
| ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ଦୃଷ୍ଟି ଫେରାଇବ ନାହିଁ, କିଅବା ମୁଁ ଆପଣା ଛେପ ଢୋକିବା ପର୍ଯ୍ୟନ୍ତ ମୋତେ ଛାଡ଼ିଦେବ ନାହିଁ? |
|
| 20 |
|
| ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି? |
|
| 21 |
|
| ପୁଣି, ତୁମ୍ଭେ କାହିଁକି ମୋହର ଅପରାଧ କ୍ଷମା କରୁ ନାହଁ ଓ ମୋହର ଅଧର୍ମ ଦୂର କରୁ ନାହଁ? କାରଣ ଏବେ ମୁଁ ଧୂଳିରେ ଶୟନ କରିବି; ପୁଣି, ତୁମ୍ଭେ ଯତ୍ନପୂର୍ବକ ମୋହର ଅନ୍ଵେଷଣ କରିବ, ମାତ୍ର ମୁଁ ନ ଥିବି।” |
|
|
|
|