|
| 1 |
|
| ଏଉତ୍ତାରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, |
|
| 2 |
|
| “ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ? |
|
| 3 |
|
| ପରମେଶ୍ୱର କʼଣ ବିଚାର ବିପରୀତ କରନ୍ତି? ଅଥବା ସର୍ବଶକ୍ତିମାନ କʼଣ ନ୍ୟାୟ ବିପରୀତ କରନ୍ତି? |
|
| 4 |
|
| ଯେବେ ତୁମ୍ଭର ସନ୍ତାନଗଣ ତାହାଙ୍କ ବିରୁଦ୍ଧରେ ପାପ କରିଅଛନ୍ତି ଓ ସେ ସେମାନଙ୍କୁ ସେମାନଙ୍କ ଅଧର୍ମର ହସ୍ତରେ ସମର୍ପଣ କରିଅଛନ୍ତି; |
|
| 5 |
|
| ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ; |
|
| 6 |
|
| ଯଦି ତୁମ୍ଭେ ନିର୍ମଳ ଓ ସରଳ ଥାʼନ୍ତ, ତେବେ ସେ ନିଶ୍ଚୟ ଏକ୍ଷଣେ ତୁମ୍ଭ ପକ୍ଷରେ ଜାଗ୍ରତ ହୁଅନ୍ତେ, ଆଉ ତୁମ୍ଭର ଧର୍ମନିବାସକୁ ସମୃଦ୍ଧିଶାଳୀ କରନ୍ତେ। |
|
| 7 |
|
| ଆଉ, ତୁମ୍ଭର ପ୍ରଥମାବସ୍ଥା କ୍ଷୁଦ୍ର ହେଲେ ହେଁ ତୁମ୍ଭର ଶେଷାବସ୍ଥା ଅତିଶୟ ଉନ୍ନତ ହୁଅନ୍ତା। |
|
| 8 |
|
| କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର; |
|
| 9 |
|
| କାରଣ ଆମ୍ଭେମାନେ ତ କାଲିର ଲୋକ ଓ କିଛି ଜାଣୁ ନାହୁଁ, ଯେଣୁ ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ସ୍ୱରୂପ; |
|
| 10 |
|
| ସେମାନେ କʼଣ ତୁମ୍ଭକୁ ଶିକ୍ଷା ଦେବେ ନାହିଁ ଓ ଜଣାଇବେ ନାହିଁ, ପୁଣି ଆପଣା ଆପଣା ଅନ୍ତଃକରଣରୁ କʼଣ ବାକ୍ୟ ଉଚ୍ଚାରଣ କରିବେ ନାହିଁ? |
|
| 11 |
|
| ପଙ୍କ ବିନା କʼଣ ନଳ ବଢ଼ିପାରେ? ଜଳ ବିନା କʼଣ ସନ୍ତରା ବଢ଼ିପାରେ? |
|
| 12 |
|
| ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ। |
|
| 13 |
|
| ଯେଉଁମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେସମସ୍ତଙ୍କର ପଥ ଏହି ପ୍ରକାର ଓ ଧର୍ମହୀନ ଲୋକର ଭରସା ବିନଷ୍ଟ ହେବ, |
|
| 14 |
|
| ତାହାର ପ୍ରତ୍ୟାଶା ଉଚ୍ଛିନ୍ନ ହେବ, ଯେଣୁ ତାହାର ଆଶ୍ରୟ ମାକଡ଼ସାର ଜାଲ ସ୍ୱରୂପ। |
|
| 15 |
|
| ସେ ଆପଣା ଗୃହ ଉପରେ ଆଉଜିବ, ମାତ୍ର ତାହା ସ୍ଥିର ରହିବ ନାହିଁ; ସେ ତାହା ଦୃଢ଼ କରି ଅବଲମ୍ବନ କରିବ, ମାତ୍ର ତାହା ରହିବ ନାହିଁ। |
|
| 16 |
|
| ସେ ସୂର୍ଯ୍ୟ ସାକ୍ଷାତରେ ସତେଜ ହୁଏ, ତାହାର କୋମଳ ଶାଖା ତାହାର ଉଦ୍ୟାନରେ ମାଡ଼ିଯାଏ। |
|
| 17 |
|
| ତାହାର ଚେର ପ୍ରସ୍ତରରାଶିରେ ଜଡ଼ିତ ହୁଏ, ସେ ପ୍ରସ୍ତରର ସ୍ଥଳ ଦେଖେ। |
|
| 18 |
|
| ଯଦି ସେ ଆପଣା ସ୍ଥାନରୁ ବିନଷ୍ଟ ହେବ, ତେବେ ସେହି ସ୍ଥାନ ତାହାକୁ ଅସ୍ୱୀକାର କରି କହିବ, ‘ମୁଁ ତୁମ୍ଭକୁ ଦେଖି ନାହିଁ।’ |
|
| 19 |
|
| ଦେଖ, ଏହି ତାହାର ଗତିର ଆମୋଦ, ଏଉତ୍ତାରେ ଭୂମିରୁ ଅନ୍ୟମାନେ ଉଠିବେ। |
|
| 20 |
|
| ଦେଖ, ପରମେଶ୍ୱର ସିଦ୍ଧ ଲୋକକୁ ଦୂର କରିବେ ନାହିଁ, କିଅବା ସେ ଦୁଷ୍କର୍ମକାରୀମାନଙ୍କୁ ଧରି ରଖିବେ ନାହିଁ। |
|
| 21 |
|
| ତେବେ ହେଁ ସେ ତୁମ୍ଭ ମୁଖକୁ ହାସ୍ୟରେ ଓ ତୁମ୍ଭ ଓଷ୍ଠାଧରକୁ ଆନନ୍ଦଧ୍ୱନିରେ ପୂର୍ଣ୍ଣ କରିବେ। |
|
| 22 |
|
| ତୁମ୍ଭର ଘୃଣାକାରୀମାନେ ଲଜ୍ଜା ପରିହିତ ହେବେ ଓ ଦୁଷ୍ଟର ତମ୍ବୁ ଆଉ ରହିବ ନାହିଁ।” |
|
|
|
|