|
| 1 |
|
| ଏଥିରେ ଆୟୁବ ଉତ୍ତର କରି କହିଲା, |
|
| 2 |
|
| “ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିପରି ମନୁଷ୍ୟ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରେ? |
|
| 3 |
|
| ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ। |
|
| 4 |
|
| ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି? |
|
| 5 |
|
| ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ। |
|
| 6 |
|
| ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ। |
|
| 7 |
|
| ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି। |
|
| 8 |
|
| ସେ ଏକାକୀ ଆକାଶମଣ୍ଡଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି। |
|
| 9 |
|
| ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ଡଳ ସୃଷ୍ଟି କରନ୍ତି। |
|
| 10 |
|
| ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟକ୍ରିୟା କରନ୍ତି। |
|
| 11 |
|
| ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ। |
|
| 12 |
|
| ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରିପାରେ? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ? |
|
| 13 |
|
| ପରମେଶ୍ୱର ଆପଣା କ୍ରୋଧ ପ୍ରତ୍ୟାହାର କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି। |
|
| 14 |
|
| ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି? |
|
| 15 |
|
| ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି। |
|
| 16 |
|
| ଯଦି ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ୱାସ କରନ୍ତି ନାହିଁ। |
|
| 17 |
|
| କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି। |
|
| 18 |
|
| ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି। |
|
| 19 |
|
| ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ? |
|
| 20 |
|
| ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ। |
|
| 21 |
|
| ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ। |
|
| 22 |
|
| ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି। |
|
| 23 |
|
| ଯଦି କୋରଡ଼ା ହଠାତ୍ ମାରି ପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ। |
|
| 24 |
|
| ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ? |
|
| 25 |
|
| ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ। |
|
| 26 |
|
| ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ। |
|
| 27 |
|
| ଯଦି ମୁଁ କହେ, ‘ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି;’ |
|
| 28 |
|
| ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ। |
|
| 29 |
|
| ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି? |
|
| 30 |
|
| ଯଦି ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ, |
|
| 31 |
|
| ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ। |
|
| 32 |
|
| କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାର ସ୍ଥାନକୁ ଆସିବା। |
|
| 33 |
|
| ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ। |
|
| 34 |
|
| ସେ ମୋʼ ଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ; |
|
| 35 |
|
| ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେହିପରି ନୁହେଁ। |
|
|
|
|