ପବିତ୍ର ବାଇବଲ (OROV) 2014
|
| 1 |
| ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, |
| 2 |
| ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ । |
| 3 |
| ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ । |
| 4 |
| ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ଵାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି । |
| 5 |
| ଏହେତୁ ଦୁଷ୍ଟମାନେ ବିଚାର-ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ତଳୀରେ ଠିଆ ହେବେ ନାହିଁ । |
| 6 |
| କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/001.mp3
150
1