|
| 1 |
|
| ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ? |
|
| 2 |
|
| ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ । |
|
| 3 |
|
| କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ । |
|
| 4 |
|
| ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର । |
|
| 5 |
|
| ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ । |
|
| 6 |
|
| ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି । |
|
| 7 |
|
| ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ । |
|
| 8 |
|
| ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ । |
|
| 9 |
|
| ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ । |
|
| 10 |
|
| ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି । |
|
| 11 |
|
| ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ । |
|
| 12 |
|
| ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ । |
|
| 13 |
|
| ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ? |
|
| 14 |
|
| ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ । |
|
| 15 |
|
| ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର । |
|
| 16 |
|
| ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି । |
|
| 17 |
|
| ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; |
|
| 18 |
|
| ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ । |
|
|
|
|