ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ଗୀତ । ମୁଁ ଦୟା ଓ ଶାସନ ବିଷୟ ଗାନ କରିବି । ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । |
| 2 |
| ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି । |
| 3 |
| ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ । |
| 4 |
| କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ । |
| 5 |
| ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ । |
| 6 |
| ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ । ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ । |
| 7 |
| ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ । ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ । |
| 8 |
| ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/101.mp3
150
101