ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ମୋହର ପ୍ରଶଂସାପାତ୍ର ପରମେଶ୍ଵର, ନୀରବ ହୁଅ ନାହିଁ; |
| 2 |
| କାରଣ ଲୋକମାନେ ମୋʼ ବିରୁଦ୍ଧରେ ଦୁଷ୍ଟତାରୂପ ମୁଖ ଓ ପ୍ରବଞ୍ଚନାରୂପ ମୁଖ ଫିଟାଇ ଅଛନ୍ତି । ସେମାନେ ମିଥ୍ୟାବାଦୀ ଜିହ୍ଵାରେ ମୋʼ ସଙ୍ଗେ କଥା କହିଅଛନ୍ତି । |
| 3 |
| ଆହୁରି, ସେମାନେ ଦ୍ଵେଷବାକ୍ୟରେ ମୋତେ ଘେରିଅଛନ୍ତି ଓ ବିନା କାରଣରେ ମୋʼ ସଙ୍ଗେ ଯୁଦ୍ଧ କରିଅଛନ୍ତି । |
| 4 |
| ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ । |
| 5 |
| ଆଉ, ସେମାନେ ମୋତେ ମଙ୍ଗଳ ପାଲଟେ ଅମଙ୍ଗଳ ଓ ପ୍ରେମ ପାଲଟେ ଘୃଣା ପ୍ରତିଦାନ କରିଅଛନ୍ତି । |
| 6 |
| ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ଵରେ ଠିଆ ହେଉ । |
| 7 |
| ସେ ବିଚାରିତ ହେବା ସମୟରେ ଦୋଷୀକୃତ ହେଉ; ପୁଣି, ତାହାର ପ୍ରାର୍ଥନା ପାପ ରୂପେ ଗଣିତ ହେଉ । |
| 8 |
| ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ । |
| 9 |
| ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ । |
| 10 |
| ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ଵେଷଣ କରନ୍ତୁ । |
| 11 |
| ମହାଜନ ତାହାର ସର୍ବସ୍ଵ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ । |
| 12 |
| ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ । |
| 13 |
| ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ସେମାନଙ୍କ ନାମ ଲୁପ୍ତ ହେଉ । |
| 14 |
| ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ । |
| 15 |
| ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ । |
| 16 |
| ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ । ମାତ୍ର ଦୁଃଖୀ ଓ ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା । |
| 17 |
| ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା । |
| 18 |
| ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା । |
| 19 |
| ଏଣୁ ତାହା ତାହାର ପରିଧେୟ ବସ୍ତ୍ର ପରି ଓ ତାହାର ନିତ୍ୟ କଟିବନ୍ଧନ ପରି ହେଉ । |
| 20 |
| ସଦାପ୍ରଭୁଙ୍କଠାରୁ ଆମ୍ଭ ବିପକ୍ଷଗଣର ଓ ଆମ୍ଭ ପ୍ରାଣ ବିରୁଦ୍ଧରେ ଦୁର୍ବାକ୍ୟବାଦୀମାନଙ୍କର ଏହି ଫଳ । |
| 21 |
| ମାତ୍ର ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ନାମ ସକାଶୁ ମୋʼ ପ୍ରତି ବ୍ୟବହାର କର; ତୁମ୍ଭର ଦୟା ମଙ୍ଗଳମୟ, ଏଣୁ ମୋତେ ଉଦ୍ଧାର କର । |
| 22 |
| କାରଣ ମୁଁ ଦୁଃଖୀ ଓ ଦୀନହୀନ ଅଟେ, ଓ ମୋʼ ଅନ୍ତରରେ ମୋʼ ହୃଦୟ କ୍ଷତବିକ୍ଷତ ହୋଇଅଛି । |
| 23 |
| ମୁଁ ଅପରାହ୍ନର ଛାୟା ତୁଲ୍ୟ ଅତୀତ; ମୁଁ ପଙ୍ଗପାଳ ନ୍ୟାୟ ଚାଳିତ ହେଉଅଛି । |
| 24 |
| ଉପବାସରେ ମୋʼ ଆଣ୍ଠୁ ଦୁର୍ବଳ ଅଛି ଓ ମେଦର ଅଭାବରୁ ମୋʼ ମାଂସ କ୍ଷୀଣ ହୁଏ । |
| 25 |
| ଆହୁରି, ମୁଁ ସେମାନଙ୍କ ନିକଟରେ ନିନ୍ଦାପାତ୍ର ହୋଇଅଛି; ସେମାନେ ମୋତେ ଦେଖିଲେ ମୁଣ୍ତ ହଲାନ୍ତି । |
| 26 |
| ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୋହର ସାହାଯ୍ୟ କର; ତୁମ୍ଭ ଦୟାନୁସାରେ ମୋହର ପରିତ୍ରାଣ କର । |
| 27 |
| ତହିଁରେ ଏହି ତୁମ୍ଭର ହସ୍ତ ବୋଲି ଓ ତୁମ୍ଭେ ସଦାପ୍ରଭୁ ଏହା କରିଅଛ ବୋଲି ସେମାନେ ଜାଣିବେ । |
| 28 |
| ସେମାନେ ଅଭିଶାପ ଦେଉନ୍ତୁ, ମାତ୍ର ତୁମ୍ଭେ ଆଶୀର୍ବାଦ କର; ସେମାନେ ଉଠିଲେ ଲଜ୍ଜିତ ହେବେ, ମାତ୍ର ତୁମ୍ଭର ଦାସ ଆନନ୍ଦ କରିବ । |
| 29 |
| ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ଵିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ । |
| 30 |
| ମୁଁ ନିଜ ମୁଖରେ ସଦାପ୍ରଭୁଙ୍କୁ ଅତିଶୟ ଧନ୍ୟବାଦ ଦେବି; ପୁଣି, ଲୋକାରଣ୍ୟ ମଧ୍ୟରେ ତାହାଙ୍କର ପ୍ରଶଂସା କରିବି । |
| 31 |
| କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ । |
|
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/109.mp3
150
109