ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ? |
| 2 |
| କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି । |
| 3 |
| ଯେବେ ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କଅଣ କରି ପାରିବ? |
| 4 |
| ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ଵର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ । |
| 5 |
| ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ତାହାଙ୍କର ପ୍ରାଣ ଘୃଣା କରେ । |
| 6 |
| ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଓ ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ । |
| 7 |
| କାରଣ ସଦାପ୍ରଭୁ ଧର୍ମମୟ; ସେ ଧର୍ମକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/011.mp3
150
11