ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।” |
| 2 |
| ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର। |
| 3 |
| ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ। |
| 4 |
| ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” |
| 5 |
| ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ। |
| 6 |
| ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ। |
| 7 |
| ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/110.mp3
150
110