ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ଗୀତ । ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ । |
| 2 |
| ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ତ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ଵ କର । |
| 3 |
| ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ଵେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ । |
| 4 |
| ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତ-କାଳୀନ ଯାଜକ ଅଟ । |
| 5 |
| ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜଗଣକୁ ଚୂର୍ଣ୍ଣ କରିବେ । |
| 6 |
| ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ, ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ; ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ । |
| 7 |
| ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/110.mp3
150
110