ପବିତ୍ର ବାଇବଲ (OROV) 2014
|
| 1 |
| ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ । |
| 2 |
| ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ; ସରଳ ଲୋକର ବଂଶ ଆଶୀର୍ବାଦପ୍ରାପ୍ତ ହେବେ । |
| 3 |
| ତାହାର ଗୃହରେ ଧନ ସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ |
| 4 |
| ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ । |
| 5 |
| ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ । |
| 6 |
| କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ । |
| 7 |
| ସେ କୁସମ୍ଵାଦ ଶୁଣି ଭୀତ ହେବ ନାହିଁ । ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ । |
| 8 |
| ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ । |
| 9 |
| ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ । |
| 10 |
| ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦ; ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/112.mp3
150
112