ପବିତ୍ର ବାଇବଲ (OROV) 2014
|
| 1 |
| ଆରୋହଣ-ଗୀତ; ଦାଉଦଙ୍କ ରଚିତ । ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, |
| 2 |
| ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯେବେ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; |
| 3 |
| ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ଵଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ; |
| 4 |
| ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା; |
| 5 |
| ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା । |
| 6 |
| ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ଵରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି । |
| 7 |
| ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; |
| 8 |
| ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/124.mp3
150
124