ପବିତ୍ର ବାଇବଲ (OROV) 2014
|
| 1 |
| ଆରୋହଣ-ଗୀତ ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ; |
| 2 |
| ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି । |
| 3 |
| କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ଵ ଲମ୍ଵ ଶିଆର କଲେ । |
| 4 |
| ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି । |
| 5 |
| ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ । |
| 6 |
| ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; |
| 7 |
| ଯଦ୍ଦ୍ଵାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନ-କାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ । |
| 8 |
| କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/129.mp3
150
129