ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ। |
| 2 |
| ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ। |
| 3 |
| କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” |
| 4 |
| ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା? |
| 5 |
| ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ। |
| 6 |
| ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ। |
| 7 |
| ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।” |
| 8 |
| ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ, ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ। |
| 9 |
| ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/137.mp3
150
137