ପବିତ୍ର ବାଇବଲ (OROV) 2014
|
| 1 |
| ଦାଉଦଙ୍କର ଗୀତ । ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି । |
| 2 |
| ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି । କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ । |
| 3 |
| ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ । |
| 4 |
| ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି । |
| 5 |
| ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍ । |
| 6 |
| ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକି ଦୂରରୁ ଚିହ୍ନନ୍ତି । |
| 7 |
| ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ । |
| 8 |
| ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/138.mp3
150
138