ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ । |
| 2 |
| ବିବେଚକ ଓ ପରମେଶ୍ଵରଙ୍କ ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ । |
| 3 |
| ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ । |
| 4 |
| ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ । |
| 5 |
| ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି । |
| 6 |
| ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି । |
| 7 |
| ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ! |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/014.mp3
150
14