ପବିତ୍ର ବାଇବଲ (OROV) 2014
|
| 1 |
| ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର । |
| 2 |
| ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି । |
| 3 |
| ସେମାନେ ସର୍ପ ପରି ଆପଣା ଆପଣା ଜିହ୍ଵା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ । [ସେଲା |
| 4 |
| ହେ ସଦାପ୍ରଭୋ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋʼ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି । |
| 5 |
| ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି । ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି । [ସେଲା |
| 6 |
| ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋହର ପରମେଶ୍ଵର; ହେ ସଦାପ୍ରଭୋ, ମୋʼ ନିବେଦନର ରବରେ କର୍ଣ୍ଣପାତ କର । |
| 7 |
| ହେ ମୋʼ ପରିତ୍ରାଣର ବଳ ସ୍ଵରୂପ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଯୁଦ୍ଧର ଦିନରେ ମୋʼ ମସ୍ତକ ଆଚ୍ଛାଦନ କରିଅଛ । |
| 8 |
| ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ । [ସେଲା |
| 9 |
| ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ । |
| 10 |
| ସେମାନଙ୍କ ଉପରେ ଜ୍ଵଳନ୍ତା ଅଙ୍ଗାର ପଡ଼ୁ । ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ । |
| 11 |
| ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକି ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ । |
| 12 |
| ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ । |
| 13 |
| ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ । |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiaorov/psalms/140.mp3
150
140