ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ - NT
|
| 1 |
| ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; |
| 2 |
| ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। |
| 3 |
| ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। |
| 4 |
| ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। |
| 5 |
| ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। |
| 6 |
| ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ। |
| 7 |
| କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ। |
| ସଞ୍ଚୟ ଟିପ୍ପଣୀ |
https://beblia.bible:81/BibleAudio/odiairv/psalms/142.mp3
150
142